Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଶକ୍ତିଶାଳୀ ହେବ ନୌସେନା: ୧୧ ପାଟ୍ରୋଲିଂ ଭାସେଲ ଓ ୬ ମିସାଇଲ୍ ଭାସେଲ କିଣିବାକୁ ୧୯ ହଜାର କୋଟିର ଡିଲ୍‌
  • ||
  • ବୁଲେଟ ଟ୍ରେନ୍ ପ୍ରକଳ୍ପ ପାଇଁ ଭାରତକୁ ୧୮,୭୫୦ କୋଟି ଓଡିଏ ଋଣ ଦେଲା ଜାପାନୀ ସଂସ୍ଥା
  • ||
  • ପ୍ରତିରକ୍ଷା ମନ୍ତ୍ରାଳୟ ଓ ଭାରତ ଇଲେକ୍ଟ୍ରୋନିକ୍ ଲିମିଟେଡ୍ ମଧ୍ୟରେ ୫,୪୯୮ କୋଟିର ଚୁକ୍ତି ସ୍ୱାକ୍ଷରିତ; EW କିଣିବ ଭାରତୀୟ ସଶସ୍ତ୍ର ବଳ
  • ||
  • କଟକ : କଟକ ଷ୍ଟେସନରୁ ଭଦ୍ରକ-ନୟାଗଡ ମେମୁ ଟ୍ରେନ୍‌ର ଶୁଭାରମ୍ଭ କଲେ ଦୁଇ କେନ୍ଦ୍ରମନ୍ତ୍ରୀ
  • ||
  • ନୂଆପଡା : ଟ୍ରାପ୍ କ୍ୟାମେରାରେ କଏଦ ହେଲା କଲରାପତରିଆ ବାଘ
  • ||
  • ଖଲ୍ଲିକୋଟ : ଋଷିକୁଲ୍ୟା ମୁହାଁଣରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଛ, ଏହାର ଓଜନ ୧୪୦ କିଲୋ
  • ||
  • ନାରାୟଣପାଟଣା : ମିଳିଲା ଗର୍ଭବତୀ ମହିଳାଙ୍କ ଝୁଲନ୍ତା ମୃତଦେହ, ଜ୍ବାଇଁ ବିରୋଧରେ ହତ୍ୟା ଅଭିଯୋଗ
  • ||
  • କାଠୁଆ : ଜାମ୍ମୁକାଶ୍ମୀର କଠୁଆରେ ଭୟଙ୍କର ବିସ୍ଫୋରଣ, ପୂରା ଅଞ୍ଚଳରେ ହାଇଆଲର୍ଟ
  • ||
  • ଭୁବନେଶ୍ୱର : ବଢିଲା ପୁଣି ଓମ୍‌ଫେଡ୍‌ କ୍ଷୀରର ଦର, ପ୍ୟାକେଟ୍‌ ପିଛା ବଢିଲା ୨ଟଙ୍କା
  • ||
  • ନୂଆଦିଲ୍ଲୀ : Twitterର ବଡ ଆକ୍ସନ, ପାକିସ୍ତାନ ସରକାରଙ୍କ ଟ୍ଵିଟର ଆକାଉଣ୍ଟକୁ ବ୍ଲକ କଲା ଭାରତ
  • ||

ହୁ ହୁ ହୋ ଜଳୁଛି ସଂରକ୍ଷିତ ଜଙ୍ଗଲ, ଆୟତ୍ତ କରିବାରେ ବନ ବିଭାଗ ନାକେଦମ

28/01/2023 at 6:05 PM

ଉଦଳା: ହୁ ହୁ ହୋଇ ଜଳୁଛି ସଂରକ୍ଷିତ ଜଙ୍ଗଲ। ନିଆଁ ଧୀରେ ଧୀରେ ପୁରା ଜଙ୍ଗଲକୁ ବ୍ୟାପିବାରେ ଲାଗିଥିବା ବେଳେ ନିଆଁକୁ ଆୟତ୍ତ କରିବା ପାଇଁ ବନ ବିଭାଗ ନାକେଦମ। ଉଦଳା ବନାଞ୍ଚଳ ଟଣକା ସାହି ସଂରକ୍ଷିତ ଜଙ୍ଗଲରେ ଏହି ନିଆଁ ଲାଗିଛି। ଜଙ୍ଗଲରେ ନିଆଁ ଲାଗିବା ଫଳରେ ଅନେକ ବଡ଼ ବଡ଼ ବୃକ୍ଷ ଜଳି ଯାଉଥିବା ବେଳେ ବହୁ ଔଷଧୀୟ ଗୁଳ୍ମଲତା ମଧ୍ୟ ପୋଡି ନଷ୍ଟ ହୋଇଯାଇଛି।

ତେବେ ନିଆଁ ଜଙ୍ଗଲରେ ବ୍ୟାପିବାରେ ଲାଗିଥିବା ବେଳେ ଖବର ପାଇ ଉଦଳା ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଥିଲେ ସୁଦ୍ଧା ନାକେଦମ ହୋଇଛି। ଜଙ୍ଗଲର ତଳେ ଶୁଖିଲା ପତ୍ର ପଡିଥିବାରୁ ନିଆଁ ବହୁତ ଶୀଘ୍ର ବ୍ୟାପିବାରେ ଲାଗିଛି। ନିଆଁ କିଏ ଲଗାଇଛି ନା କେମିତି ନିଆଁ ଲାଗିଛି ତାହା ଏବେ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ। ସାଗୁଆନ ଭଳି ମୂଲ୍ୟବାନ ଗଛ ଏହି ନିଆଁରେ ପୋଡିଯାଇଛି।

   Related Posts