Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଣି ଘେରରେ ଚାନ୍ଦବାଲି ବ୍ଲକର ୨୦ ଗାଁ, ଦୁର୍ବଳ ନଦୀବନ୍ଧ ପାଇଁ ଚିନ୍ତାରେ ଲୋକେ
  • ||
  • ଦେଶରେ ଉପର ତଳ କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୧୪୦୯୨ କରୋନା ପଜିଟିଭ୍
  • ||
  • ଆଉ ନାହାନ୍ତି ବିଶିଷ୍ଠ ଶିଳ୍ପପତି ତଥା ଭାରତର ୱାରେନ୍ ବଫେଟ୍‌ ରାକେଶ ଝୁନଝୁନୱାଲା: ୬୨ ବର୍ଷ ବୟସରେ ମୁମ୍ବାଇରେ ପରଲୋକ
  • ||
  • ମହାନଦୀ ଫୁଲୁଛି : ବୌଦ୍ଧରେ ବନ୍ୟା ସ୍ଥିତି, ହରଭଙ୍ଗା ବ୍ଲକ୍‌ର ୫୫ ଗାଁ ପ୍ରଭାବିତ
  • ||
  • କୁଲଗାମରେ ଆତଙ୍କବାଦୀଙ୍କ ଗ୍ରେନେଡ୍ ମାଡ, ଜଣେ ପୋଲିସ କର୍ମୀ ସହିଦ
  • ||
  • ଏସିଆ କପ୍ ପାଇଁ କୋହଲି ପ୍ରସ୍ତୁତ : ଇନଡୋର୍ ଷ୍ଟାଡିୟମରେ କଲେ ଜୋରଦାର ଅଭ୍ୟାସ
  • ||

ଓଏଏସ୍‌ ସ୍ତରରେ ଅଦଳବଦଳ, ବିଭୂତି ଭୂଷଣ ମିଶ୍ର ହେଲେ ଆର୍‌ଡିସି କାର୍ଯ୍ୟାଳୟରେ ଅତିରିକ୍ତ ବନ୍ଦୋବସ୍ତ କମିଶନର

1/07/2022 at 8:00 AM

ଭୁବନେଶ୍ୱର ୦୧।୦୭: ଓଏଏସ୍‌ ସ୍ତରରେ ଅଦଳବଦଳ । ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ୮ ଜଣ ଓଡ଼ିଶା ପ୍ରାଶାସନିକ ସେବା (ଓଏଏସ୍‌) ଅଧିକାରୀଙ୍କର ବଦଳି କରାଯାଇଛି । ଗୃହ ବିଭାଗର ଅତିରିକ୍ତ ସଚିବ ବିଭୂତି ଭୂଷଣ ମିଶ୍ରଙ୍କୁ କଟକ ସ୍ଥିତ ଆର୍‌ଡିସି କାର୍ଯ୍ୟାଳୟରେ ଅତିରିକ୍ତ ବନ୍ଦୋବସ୍ତ କମିଶନର ଭାବେ ବଦଳି କରାଯାଇଛି ।

ସେହିପରି ଗଜପତି ଡିଆର୍‌ଡିଏ ପ୍ରକଳ୍ପ ନିର୍ଦ୍ଦେଶକ ମହେଶ୍ୱର ଚନ୍ଦ୍ର ନାଏକଙ୍କୁ ମାଲକାନଗିରିର ଅତିରିକ୍ତ ଜିଲ୍ଲାପାଳ, ମାଲକାନଗିରିର ଅତିରିକ୍ତ ଜିଲ୍ଲାପାଳ ରୋମାଞ୍ଜଳ ଖମାରିଙ୍କୁ ଗଜପତିର ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ, ସୋନା ଟୁଡୁଙ୍କୁ କେନ୍ଦୁଝରର ଅତିରିକ୍ତ ଉପଜିଲ୍ଲାପାଳ, ଗୋପିନାଥ କୁଅଁରଙ୍କୁ ଯାଜପୁର ଉପଜିଲ୍ଲାପାଳ, ଅନିଲ କୁମାର ସେଠୀଙ୍କୁ ଆନନ୍ଦପୁର ଉପଜିଲ୍ଲାପାଳ, ସଞ୍ଜୟ କୁମାର ମିଶ୍ରଙ୍କୁ ଖଦି ଓ ଗ୍ରାମୋଦ୍ୟଗର ଉପସଚିବ, ପ୍ରଭାତ କୁମାର ସାହୁଙ୍କୁ ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଆୟୋଗର ସଚିବ ଭାବେ ବଦଳି କରାଯାଇଛି । ଏହି ଅଧିକାରୀମାନଙ୍କର ପୂର୍ବ ବଦଳି ନିର୍ଦ୍ଦେଶକୁ ବାତିଲ କରାଯାଇଛି ।

   Related Posts