ଶବ୍ଦ ପ୍ରଦୂଷଣକାରୀ ବାଜା-ବାଣ ଉପରେ କଟକଣା, ଇଲେକ୍ଟ୍ରିକ୍ ଗେଟ୍‌କୁ ନା : ଗଣେଶ ପୂଜାରୁ ବାଲିଯାତ୍ରା ଶେଷ ଯାଏଁ ନିର୍ଦ୍ଦେଶ ବଳବତ୍ତର

Published By : Prameya-News7 Bureau | August 21, 2025 IST

କଟକ ୨୧।୮: ପାର୍ବଣ ଲାଗି ସାଜସଜ୍ଜା ହେବ କିନ୍ତୁ ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ବାଜା ଏବଂ ବାଣ ଉପରେ ସମ୍ପୂର୍ଣ୍ଣ କଟକଣା ରହିବ । କଟକ ସହର ସମସ୍ୟା ସମ୍ପର୍କୀତ ଜନସ୍ୱାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏଭଳି ନିର୍ଦ୍ଦେଶ ଦେଇଛନ୍ତି । ପୂଜାରେ ୬୫ ଡେସିବଲରୁ ଅଧିକ ଶବ୍ଦ ଯେପରି ଉତ୍ପନ୍ନ ନହେବ, ସେନେଇ ଉଭୟ କଟକ ଜିଲ୍ଲାପାଳ ଏବଂ ଡିସିପି ନଜର ରଖିବେ ବୋଲି ହାଇକୋର୍ଟ କହିଛନ୍ତି । କେବଳ ୪ଟି ସାଉଣ୍ଡ ବକ୍ସ ବ୍ୟବହାର ପାଇଁ ଅନୁମତି ମିଳିବ ଏବଂ ରାସ୍ତା ଉପରେ ତୋରଣ ନିର୍ମାଣ ଲାଗି ମନା କରାଯାଇଥିବା ବେଳେ ଇଲେକ୍ଟ୍ରିକ ଗେଟ୍ ନିର୍ମାଣକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । 

ତେବେ ପୂଜା ଲାଗି ଗେଟ୍ ନିର୍ମାଣ ପାଇଁ ନିର୍ଦ୍ଧିଷ୍ଟ ସର୍ତ୍ତ ରହିବ । ଯାହା ଉପରେ ତୁରନ୍ତ ନିଷ୍ପତ୍ତି ନେଇ, ଆସନ୍ତା ରବିବାର ହେବାକୁ ଥିବା ଦଶହରା ପ୍ରସ୍ତୁତି ବୈଠକରେ କଟକ ଜିଲ୍ଲାପାଳ ଏନେଇ ସମସ୍ତ ପୂଜା କମିଟି ମାନଙ୍କୁ ଅବଗତ କରାଇବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଗଣେଶ ପୂଜା ଠାରୁ ବାଲିଯାତ୍ରା ଶେଷ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ ହେବ । ଏହା ବାଦ୍ ପ୍ରତ୍ୟେକ ପୂଜା ମଣ୍ଡପ ଅନୁମତି ପତ୍ର ନେବା ଆଗରୁ ମଣ୍ଡପର ଅଗ୍ନି ନିରାପତ୍ତା, ବିଦ୍ୟୁତ ନିରାପତ୍ତା ଏବଂ ହାଇକୋର୍ଟଙ୍କ ଦ୍ୱାରା ଜାରି ହୋଇଥିବା କଟକଣା ସଠିକ୍ ଭାବେ କାର୍ଯ୍ୟକାରୀ ହେଉଛି କି ନାହିଁ, ତାର ତଦାରଖ କରିବା ଲାଗି କଟକ ଡିସିପିଙ୍କୁ ନିର୍ଦ୍ଦେଶ ହୋଇଛି ।

You Can Read:

ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ଦ୍ୱିତୀୟ ପର୍ଯ୍ୟାୟ ଜେରା : ୨ ଅଭିଯୁକ୍ତଙ୍କୁ ଦିନିକିଆ ରିମାଣ୍ଡରେ ନେଇ ଘାଣ୍ଟିଲା କ୍ରାଇମବ୍ରାଞ୍ଚର ସ୍ଵତନ୍ତ୍ର ଟିମ୍

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.