oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ, ପୀଠରେ ମହାନବମୀ ପୂଜା
  • ||
  • ଭୁବନେଶ୍ୱର : ସୋମବାରଠୁ ପ୍ରବଳ ବର୍ଷା, ୮ ପରେ ପୁଣି ଏକ ଘୂର୍ଣ୍ଣିବଳୟ
  • ||
  • ବରଗଡ଼ : ପଦ୍ମପୁର ବିଧାୟକଙ୍କ ପରଲୋକ, ୬୪ ବର୍ଷରେ ଆଖିବୁଜିଲେ ବିଜୟ ରଞ୍ଜନ ସିଂ ବରିହା
  • ||

ବିଜାପୁର ଜିଲ୍ଲାରେ ଗୁଳିବିନିମୟ, ନକ୍ସଲ ସଂଗଠନର ଡେପୁଟି କମାଣ୍ଡର ରିତେଶ ପୁନେମ ନିହତ

11/03/2022 at 11:20 AM

ମାଲକାନଗିରି, ୧୧/୦୩: ମାଲକାନଗିରି-ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ଗୁଳିବିନିମୟ । ପୋଲିସ ଗୁଳିରେ ଜଣେ ହାଡକୋର ମାଓବାଦୀ ନିହତ । ମୃତ ମାଓବାଦୀ ହେଉଛନ୍ତି ବିଜାପୁର ନକ୍ସଲ ସଂଗଠନର ଡେପୁଟି କମାଣ୍ଡର ରିତେଶ ପୁନେମ । ତାଙ୍କ ମୁଣ୍ଡ ଉପରେ ପୂର୍ବରୁ ଛତିଶଗଡ ସରକାର ତିନି ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ । ଘଟଣା ସ୍ଥଳରୁ ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି ।

ତେବେ ଗୁଳି ବିନିମୟ ବେଳେ ରାମଲୁ ହେମଲା ନାମକ ଜଣେ ଯବାନ ଆହତ ହୋଇଥିବା ଜଣାପଡିଛି । ବିଜାପୁର ଜିଲ୍ଲାର ନେନଡ଼ ଥାନା ଅନ୍ତର୍ଗତ କେକା ଓ ମେସଲା ଜଙ୍ଗଲରେ ମାଓବାଦୀମାନେ କ୍ୟାମ୍ପ କରି ରହିଥିବା ନେଇ ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା ଯାହାକୁ ଆଧାର କରି ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ସେଠାରେ କୁମ୍ୱିଂ ଅପରେସନ ଆରମ୍ଭ ହୋଇଥିଲା । ଯବାନଙ୍କ ଆସିବା ଦେଖି ମାଓବାଦୀମାନେ ପ୍ରଥମେ ଗୁଳି ଚାଳନା କରିଥିଲେ ।

ପରେ ଯବାନମାନେ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ । ପ୍ରାୟ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଗୁଳି ବିନିମୟ ହେବା ପରେ ନକ୍ସଲମାନେ ଘଟଣା ସ୍ଥଳ ଛାଡି ପଳାୟନ କରିଛନ୍ତି । ଆହତ ଯବାନଙ୍କୁ ରେସକ୍ୟୁ କରିବା ପାଇଁ ଡିଆରଜି ବାହିନୀର ଏକ ଟିମକୁ ଘଟଣା ସ୍ଥଳକୁ ପଠା ଯାଇଥିବା ଜଣାପଡିଛି । ବର୍ତ୍ତମାନ ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଚାଲିଥିବା ନେଇ ସୂଚନା ଦେଇଛନ୍ତି ବିଜାପୁର ଏସପି କୋମଳ ଲୋଚନ କାଶ୍ୟବ ।

   Related Posts