ନିଲମ୍ବିତ ସେବାୟତଙ୍କ ସେବା ପାଇଁ ଶ୍ରୀମନ୍ଦିରରେ ନୀତି ବିଭ୍ରାଟ, ମଇଲମ ଓ ମଙ୍ଗଳ ଆଳତି ପରେ ଆଗକୁ ବଢ଼ୁନି ସେବା

Published By : Prameya-News7 Bureau | September 15, 2023 IST

ପୁରୀ ୧୫/୦୯: ପୁଣି ଶ୍ରୀମନ୍ଦିରରେ ନୀତି ବିଭ୍ରାଟ। ମହାପ୍ରଭୁଙ୍କ ନୀତିରେ ବିଭ୍ରାଟ କଲେ ସେବାୟତ। ସେବାରୁ ନିବୃତ ଥିବା ଜଣେ ସିଂହାରୀ ସେବାୟତ ଆଜି ମହାପ୍ରଭୁଙ୍କ ମଙ୍ଗଳାଆଳତୀ କରିବାରୁ ଏହାକୁ ନେଇ ଦେଖାଦେଇଛି ବିବାଦ। ମହାପ୍ରଭୁଙ୍କୁ ବଡ଼ ମହାସ୍ନାନ କରାଗଲା ପରେ ଯାଇ ନୀତି ବଢ଼ିବ ବୋଲି ଅନ୍ୟ ସେବାୟତଙ୍କ ଜିଦ୍। ନୀତିକାନ୍ତିରେ ଶୃଙ୍ଖଳା ଆଣିବା ପାଇଁ ଶ୍ରୀମନ୍ଦିରରେ ସେବାୟତଙ୍କ ସହ ନୀତି ପ୍ରଶାସକଙ୍କ ଆଲୋଚନା।

wp:embed {"url":"https://www.prameyanews7.com/today-saptapuri-amabasya-niti-held-at-puri-temple/","type":"wp-embed","providerNameSlug":"prameya-news-7"}
https://www.prameyanews7.com/today-saptapuri-amabasya-niti-held-at-puri-temple/
/wp:embed

ସୂଚନା ଥାଉକି, ନିଲମ୍ବିତ ସିଂହାରୀ ସେବାୟତଙ୍କୁ ନେଇ ଶ୍ରୀମନ୍ଦିରରେ ଦେଖାଦେଇଛି ବିବାଦ । ଅନ୍ୟଜାତିରେ ବିବାହ କରିଥିବାରୁ ମହାପ୍ରଭୁଙ୍କ ସେବା ପୂଜାରୁ ସିଂହାରୀ ସେବାୟତ ସଂଘମିଶ୍ର ସିଂହାରୀଙ୍କୁ ବଞ୍ଚିତ କରାଯାଇଥିଲା । ଯାହା ପାଇଁ ନିଯୋଗ ପକ୍ଷରୁ ତାଙ୍କୁ ନିଲମ୍ବିତ କରାଯାଇଥିଲା । ହେଲେ ଆଜି ସକାଳୁ ସକାଳୁ ନିଲମ୍ବିତ ସିଂହାରୀ ସେବାୟତ ଯାଇ ମହାପ୍ରଭୁଙ୍କ ସେବା ପୂଜା କରିଥିଲେ ।

ଯାହାକୁ ବିରୋଧ କରିଥିଲେ ଅନ୍ୟ ସେବାୟତ । ଯାହାକୁ ନେଇ ଏବେ ମହାପ୍ରଭୁଙ୍କ ନୀତିରେ ଦେଖାଦେଇଛି ବିଳମ୍ବ । ଅନ୍ୟ ସେବାୟତ ସେବା ପୂଜା କରିବାକୁ ବାରଣ କରିଛନ୍ତି । ଏନେଇ ନୀତି ପ୍ରଶାସକ ସେବାୟତଙ୍କ ସହ କରିଛନ୍ତି ଆଲୋଚନା । ସକାଳୁ ସକାଳୁ ମହାପ୍ରଭୁଙ୍କ ଦ୍ୱାର ଫିଟା, ଭିତର ଶୋଧ, ମଙ୍ଗଳ ଆଳତି, ରୋଷହୋମ, ମଇଲମ ନୀତି ହୋଇଛି । ଏହା ପରଠାରୁ ନୀତି କାନ୍ତିରେ ଦେଖାଦେଇଛି ବିଭ୍ରାଟ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.