ଓଡ଼ିଶାରୁ ୬ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ଉଠାଇବ କେନ୍ଦ୍ର ; ବିରୋଧୀ କହିଲେ- ସବୁଥିରେ ସରକାର ଫେଲ୍, ନୂଆବର୍ଷରେ ସୁଧାରିବାକୁ ଚେଷ୍ଟା କରନ୍ତୁ

NEWS7
riya-shared-an-emotional-post

ଭୁବନେଶ୍ବର ୧।୧: ତୁଟିଲା ଅରୁଆ, ଉଷୁନା ବିବାଦ । ଓଡ଼ିଶାରୁ ୬ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ଉଠାଇବ କେନ୍ଦ୍ର । ଏ ନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ୫ ଲକ୍ଷ ମେଟ୍ରିକ୍ ଟନ୍ ଉଷୁନା ଚାଉଳ ଓ ୧ ଲକ୍ଷ ମେଟ୍ରିକ୍ ଟନ୍ ଅରୁଆ ଚାଉଳ ଉଠାଇବ କେନ୍ଦ୍ର । ରାଜ୍ୟରେ ମୋଟ୍ ୭ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ଅଛି । ବାକି ୧ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ନିଲାମ କରାଯିବ । ଏଥିପାଇଁ କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଓ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଧନ୍ୟବାଦ ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ।

ସେପଟେ କେନ୍ଦ୍ର ଚାଉଳ ଉଠାଣକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ଉପସଭାପତି ଅତନୁ ସବ୍ୟସାଚୀ ନାୟକ । ଅତନୁ କହିଛନ୍ତି, ଅରୁଆ, ଉଷୁନା, ଧାନ ମଣ୍ଡି, ସବୁଥିରେ ସରକାର ଫେଲ୍ ମାରିଛନ୍ତି । ନୂତନ ବର୍ଷରେ ଏସବୁ ସୁଧାରି ଲୋକଙ୍କ ନିକଟତର ହେବାକୁ ଅନ୍ତତଃ ଚେଷ୍ଟା କରନ୍ତୁ ସରକାର ।