ଆଲୁଘାଟି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ୨ମୃତ ୩ ଗୁରୁତର

Published By : Prameya-News7 Bureau | August 10, 2022 IST

ଘଟଗାଁ, ୧୦/୦୮: କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଆଲୁଘାଟି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ୨ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଦୁଇଟି ବାଇକରେ ୫ ଜଣ ଯାଉଥିବା ବେଳେ ଆଲୁଘାଟି ନିକଟରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୪ ଜଣ ଗୁରୁତର ଆହତ ହୋଇଥିଲେ।

ଖବର ପାଇ ଆମ୍ୱୁଲାନ୍ସ ଘଟଣା ସ୍ଥଳରେ ପହଞ୍ଚି ସମସ୍ତ ଗୁରୁତରଙ୍କୁ ହରିଚନ୍ଦନପୁର ମେଡିକାଲରେ ଭର୍ତ୍ତି କରାଇଥିଲେ। ହେଲେ ସେଠାରେ ଅନ୍ୟଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ୩ ଗୁରୁତରଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.