Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଭୁବନେଶ୍ୱର : ବଢିଲା ପୁଣି ଓମ୍‌ଫେଡ୍‌ କ୍ଷୀରର ଦର, ପ୍ୟାକେଟ୍‌ ପିଛା ବଢିଲା ୨ଟଙ୍କା
  • ||
  • ନୂଆଦିଲ୍ଲୀ : Twitterର ବଡ ଆକ୍ସନ, ପାକିସ୍ତାନ ସରକାରଙ୍କ ଟ୍ଵିଟର ଆକାଉଣ୍ଟକୁ ବ୍ଲକ କଲା ଭାରତ
  • ||
  • ଭୁବନେଶ୍ୱର : ରାଜ୍ୟରେ ବଢ଼ିବ ପଶ୍ଚିମା ଝଡ଼ର ପ୍ରଭାବ, ଘଡ଼ଘଡି ସହ ପ୍ରବଳ ବର୍ଷା ସମ୍ଭାବନା
  • ||

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ସ୍କର୍ପିଓ-ବୋଲେରୋ ଧକ୍କାରେ ୫ ବରଯାତ୍ରୀ ମୃତ, ୬ ଆହତ

16/02/2023 at 10:39 AM

ନୂଆଦିଲ୍ଲୀ ୧୬/୦୨ :  ଉତ୍ତରପ୍ରଦେଶ ବାନ୍ଦା ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସ୍କର୍ପିଓ ଏବଂ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଯାହାଫଳରେ ଏହି ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ଗୁରୁବାର ଦିନ ଭୋର ୪ଟା ସମୟରେ ଚିତ୍ରକୁଟର ରାଜାପୁରରେ ଏକ ବିବାହ ଉତ୍ସବରେ ଯୋଗଦେଇ ବରଯାତ୍ରୀ ଫେରୁଥିଲେ । ଏହି ସମୟରେ ଘଟିଲା ଅଘଟଣ । ପପରେନ୍ଦା-ତିନ୍ଦଓ୍ୱାରୀ ରାସ୍ତାରେ ଦୁଇଟି ବରଯାତ୍ରୀ ଗାଡି ମଧ୍ୟରେ ଧକ୍କା ହୋଇଥିଲା । ଯାହାଫଳରେ କି ଗାଡିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୫ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ବାକି ୬ଜଣଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ଅବସ୍ଥା ଗୁରୁତର ଥିବାରୁ ନିକଟସ୍ଥ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । କିଛି ଆହତଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି ।

ତେବେ ମୃତକମାନେ ପୈଲାନ ଥାନା ନିଭାଇଞ୍ଚ ଗାଁର ବାସିନ୍ଦା ବୋଲି ଜଣାପଡିଛି । ଦୁର୍ଘଟଣା ପରେ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ଏବେବି ଉଦ୍ଧାର କାର୍ଯ୍ୟ ଚାଲିଛି । ଦୁର୍ଘଟଣାଗ୍ରସ୍ତ ସ୍କର୍ପିଓ ଏବଂ ବୋଲେରୋକୁ ଜବତ କରିଛି ପୋଲିସ ।

   Related Posts