ବ୍ରିଜ୍‌ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ପଛରୁ ପିଟିଲା ବାଇକ୍‌, ଦୁଇ ମୃତ, ଜଣେ ଗୁରୁତର

Published By : Prameya-News7 Bureau | June 21, 2024 IST

କଟକ: ସିଡିଏ ସେକ୍ଟର ୧୧ରୁ ନୁଆପାଟଣାକୁ ସଂଯୋଗ କରୁଥିବା ମଧୁସୂଦନ ସେତୁ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବ୍ରିଜ ଉପରେ ଠିଆ ହୋଇଥିବା ଟ୍ରକ୍ ପଛରେ ଧକ୍କା ଦେଲା ବାଇକ୍‌। 

ଏଥିରେ ବାଇକ୍‌ରେ ବସିଥିବା ତିନିଜଣ ଯୁବକଙ୍କ ମଧ୍ୟରୁ ଦୁଇ ଜଣଙ୍କ  ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ରହିଛି। ଯୁବକମାନଙ୍କ ପରିଚୟ ମିଳିପାରିନଥିବାବେଳେ। ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.