ଅନୁଗୁଳ ୦୮।୦୩: ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅନୁଗୁଳ ଦେଇ ଯାଇଥିବା ଜାତୀୟ ରାଜପଥ-୫୫ନିକଟରେ ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍ଭିନ୍ ଜାରି ।
ସୂଚନାଯୋଗ୍ୟ ଯେ, ଜାତୀୟ ରାଜପଥ-୫୫ ମାଉସୀ ମା ମନ୍ଦିର ନିକଟରେ ସ୍କୁଟିକୁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ସ୍କୁଟିରେ ଯାଉଥିବା ଦୁଇ ଆରୋହୀ ତଳେ ପଡିଯାଇଥିଲେ । ଘଟଣାସ୍ଥଳରେ ସେମାନଙ୍କ ମୃତ୍ୟୁ ହୋଇଯାଇଛି । ପୋଲିସ ଦୁର୍ଘଟଣାର ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା । ଏବଂ ଆମ୍ବୁଲାନ୍ସ ଯୋଗେ ମୃତଦେହକୁ ଅନୁଗୁଳ ମେଡିକାଲକୁ ନେଇଯାଇଛି । ତେବେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ ।