Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଭୁବନେଶ୍ୱର: ସରିଗଲା ମାଟ୍ରିକ୍ ପରୀକ୍ଷା, ଶେଷ ଦିନରେ ସବଜେକ୍ଟ୍ ଥିଲା ମ୍ୟାଥମାଟିକ୍ସ
  • ||
  • ଭୁବନେଶ୍ୱର : ପଶ୍ଚିମା ଝଡ଼ର ପ୍ରଭାବ, ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ବର୍ଷା
  • ||

କନ୍ୟାଯାତ୍ରୀଙ୍କ ବାଟବରଣ ବେଳେ ଦୁର୍ଘଟଣା : ୩ ମୃତ, ୧୨ ଆହତ

15/02/2023 at 7:41 AM

ବ୍ରହ୍ମପୁର ୧୫।୦୨ : ବ୍ରହ୍ମପୁର ଉପକଣ୍ଠ ମାଣ୍ଡିଆପଲ୍ଲୀ ଗାଁରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସ୍କର୍ପିଓ ଧକ୍କାରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଲୋକେ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

ଖବର ଅନୁଯାୟୀ, ମାଣ୍ଡିଆପଲ୍ଲୀ ଗାଁ ନିକଟରେ କନ୍ୟା ଯାତ୍ରୀର ବାଟବରଣ ଚାଲିଥିଲା । ଏହି ସମୟରେ ଘଟିଲା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଆଉ ଏହି ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଲୋକେ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ସେଠାରେ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି । ମୃତକମାନେ ଲାଞ୍ଚପଲ୍ଲୀ ଗାଁରେ ବୋଲି ଜଣାପଡିଛି ।

   Related Posts