UNESCO ତାଲିକାରେ 'ଦୀପାବଳି', 'X'ରେ ସୂଚନା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

NEWS7
robbers-shoot-security-guard-loot-rs-93-million

ନୂଆଦିଲ୍ଲୀ ୧୦/୧୨: UNESCO ତାଲିକାରେ 'ଦୀପାବଳି' । UNESCO ଅମୂଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା 'ଦୀପାବଳି' । ଏନେଇ 'X'ରେ ସୂଚନା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ କହିଛନ୍ତି 'ଦୀପାବଳି ଆମ ସଂସ୍କୃତି ଏବଂ ନୀତି ସହିତ ଘନିଷ୍ଠ ଭାବରେ ଜଡ଼ିତ' । 'ଏହା ଆମ ସଭ୍ୟତାର ଆତ୍ମା, ଆଲୋକ ଓ ଧାର୍ମିକତାକୁ ପ୍ରତିପାଦିତ କରେ' । ପ୍ରଭୁ ଶ୍ରୀ ରାମଙ୍କ ଆଦର୍ଶ ଅନନ୍ତକାଳ ପାଇଁ ଆମକୁ ମାର୍ଗଦର୍ଶନ କରୁ ବୋଲି ମୋଦି କହିଛନ୍ତି ।