oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୧୧ କୋଭିଡ୍ ପଜିଟିଭ୍
  • ||
  • ଲମତାପୁଟ : କାରରୁ ୮ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଫେରାର
  • ||
  • ଭୁବନେଶ୍ୱର : ବର୍ଷାରେ ଭିଜିବ ଦଶହରା, ୨ରେ ଆସୁଛି ଆଉ ଏକ ଲଘୁଚାପ !
  • ||

ହାଇଦ୍ରାବାଦ ବୋଲିଂ ଆଗରେ ବେଙ୍ଗାଲୁରୁର ଆତ୍ମ ସମର୍ପଣ, ସିଜିନର ସର୍ବନିମ୍ନ ସ୍କୋର

23/04/2022 at 9:04 PM

ମୁମ୍ବାଇ: ଚଳିତ ସିଜିନରେ ଦମଦାର ପ୍ରଦର୍ଶନ କରୁଥିବା ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ଆଇପିଏଲର ୩୬ତମ ମୁକାବିଲାରେ ଦୟନୀୟ ବ୍ୟାଟିଂ କରିଛି। ଦଳର ବ୍ୟାଟସମ୍ୟାନ ସନରାଇଜର୍ସ ହାଇଦ୍ରାବାଦ ବୋଲରଙ୍କ ସାମ୍ନାରେ ଆତ୍ମ ସମର୍ପଣ କରିଛନ୍ତି। ଦଳ ବ୍ୟାଟିଂ ବିପର୍ଯ୍ୟୟ ଭୋଗି ୧୬.୧ ଓଭରରେ ମାତ୍ର ୬୮ ରନରେ ଅଲଆଉଟ୍ ହୋଇଛି। ଚଳିତ ସିଜିନରେ ଏହା କୌଣସି ଦଳ ଦ୍ଵାରା ସର୍ବନିମ୍ନ ସ୍କୋର। କେବଳ ଦୁଇ ଜଣ ବ୍ୟାଟସମ୍ୟାନ ଦୁଇ  ଅଙ୍କ ଛୁଇଁ ପାରିଛନ୍ତି। ସୁୟସ ପ୍ରଭୁଦେଶାଇ ୧୫ ଏବଂ ଗ୍ଲେନ ମ୍ୟାକ୍ସଓ୍ଵେଲ ୧୨ ରନ ରନ କରିଛନ୍ତି। ମାର୍କୋ ଜନସେନ ୩ ଏବଂ ଟ ନଟରାଜନ ୩ ଓ୍ଵିକେଟ୍ ନେଇ ବେଙ୍ଗାଲୁରୁର ବ୍ୟାଟିଂ ବିପର୍ଯ୍ୟୟ ଘଟାଇଛନ୍ତି।

ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିବା ରୟାଲ ଚ୍ୟାଲେଞ୍ଜର୍ସ  ବେଙ୍ଗାଲୁରୁ ଦ୍ଵିତୀୟ ଓଭରରେ ୩ଟି ଓ୍ଵିକେଟ୍ ହରାଇ ବ୍ୟାଟିଂ ବିପର୍ଯ୍ୟୟ ଭୋଗିଥିଲା। ମାର୍କୋ ଜନସେନ ଫାଫ ଡୁପ୍ଲେସିସ୍‌(୫), ବିରାଟ କୋହଲି(୦) ଏବଂ ଅନୁଜ ରାଓ୍ଵତ(୦) ଖାତା ଖୋଲିବା ପୂର୍ବରୁ ପାଭିଲିୟନ ପଠାଇଥିଲେ। ବିରାଟ କୋହଲି କ୍ରମାଗତ ଦ୍ଵିତୀୟ ଥର ଗୋଲ୍ଡେନ ଡକର ଶିକାର ହୋଇଛନ୍ତି। ଏହା ପରେ ଗ୍ଲେନ ମ୍ୟାକ୍ସଓ୍ଵେଲ(୧୨) ଏବଂ ପ୍ରଭୁ୍‌ଦେଶାଇ(୧୫) ଦୁଇ ଅଙ୍କ ଛୁଇଁ ପାରିଥିଲେ। ତେବେ ଫର୍ମରେ ଥିବା ଦିନେଶ କାର୍ତ୍ତିକ ଚଳିତ ଆଇପିଏଲରେ ପ୍ରଥମ ଥର ଖାତା ଖୋଲି ପାରିନଥିଲେ। ପୁଣି ଶାହବାଜ ଅହମ୍ମଦ(୭), ହର୍ଷଲ ପଟେଲ(୪) ପାଭିଲିୟନ ଫେରିଥିଲେ। ଶେଷ ଆଡକୁ ଓ୍ଵାନିନ୍ଦୁ ହସରଙ୍ଗା ୮ ଓ ମହମ୍ମଦ ସିରାଜ ୨ ରନ କରିଥିଲେ। ବେଙ୍ଗାଲୁରୁ ୧୬.୧ ଓଭରରେ ୬୮ ରନରେ ଅଲଆଉଟ୍ ହୋଇଛି।

ହାଇଦ୍ରାବାଦ ପକ୍ଷରୁ ମାର୍କୋ ଜନସେନ ୨୫ ରନ ଦେଇ ୩ଟି, ଟି ନଟରାଜ ୧୦ ରନ ଦେଇ ୩, ଜଗଦୀଶ ସୁଚିତ ସୁଚିତ ୨ଟି ଓ୍ଵିକେଟ୍ ନେଇ ବେଙ୍ଗାଲୁରୁର ବ୍ୟାଟିଂ ବିପର୍ଯ୍ୟୟ ଘଟାଇଥିଲେ।

   Related Posts