ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା

Published By : Prameya-News7 Bureau | April 22, 2025 IST

କଟକ କଟକରେ ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ ସହ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି ।

କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ସଡ଼କ ଦୁର୍ଘଟଣାରେ କର୍ତ୍ତବ୍ୟରତ ୨ଜଣ ପୋଲିସ କର୍ମଚାରୀ ଜଣେ ଓଏପିଏଫ୍‌ କନଷ୍ଟେବଲ ଏବଂ ଜଣେ ହୋମ୍‌ଗାର୍ଡ ପ୍ରାଣ ହରାଇଥିବା ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ଉଭୟ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ସୂଚନାଯୋଗ୍ୟ ଯେ, ମହାନଦୀ ବନ୍ଧ ରାସ୍ତାରେ ଏକ ବାଲି ବୋଝେଇ ହାଇୱା ପିସିଆର୍ ଭ୍ୟାନ୍‌କୁ ଧକ୍କା ଦେଇଥିଲା । ଦୁର୍ଘଟଣା ପରେ ପିସିଆର୍ ଭ୍ୟାନ୍‌ ଉପରେ ହାଇୱା ଓଲଟି ପଡିବାରୁ ଗାଡ଼ି ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି । ଗାଡ଼ି ଭିତରେ ଚାପି ହୋଇ ଦୁଇ ପୋଲିସ କର୍ମଚାରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି । ମୃତକଙ୍କ ମଧ୍ୟରେ ଲୋକନାଥ ଶବର, ହୋମ୍‌ଗାର୍ଡ ଜଗବନ୍ଧୁ ମାହାଳୀ ରହିଛନ୍ତି । ଦୁଇ ଗୁରୁତରଙ୍କୁ ଉଦ୍ଧାର କରାଯାଇ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ଘଟାଇଥିବା ଡ୍ରାଇଭରକୁ କଟକ ଷ୍ଟେସନରୁ ଧରିବା ପୋଲିସ ସଫଳ ହୋଇଛି । ହାଇୱା ଜବତ କରି ପୋଲିସ ତଦନ୍ତ ଆରମ୍ଭ କରିଛି ।

You Can Read:

ରାଜ୍ୟ ପରିଷଦ ସଦସ୍ୟକୁ ନେଇ ବିଜେଡିରେ ବିଦ୍ରୋହ, ସଞ୍ଜୟଙ୍କୁ ଘେରିଲେ ଅମରେଶଙ୍କ ସମର୍ଥକ

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.