ଓଡ଼ିଶାରେ ଆରଏସଏସ ମୁଖ୍ୟ ମୋହନ ଭାଗବତ

Published By : Prameya-News7 Bureau | May 12, 2025 IST

ଭୁବନେଶ୍ବର: ତିନିଦିନିଆ ଓଡ଼ିଶା ଗସ୍ତରେ ଆରଏସଏସ ମୁଖ୍ୟ ମୋହନ ଭାଗବତ। ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିବା ପରେ ସେ ସିଧା ସଳଖ କଟକ ଅଭିମୁଖେ ବାହାରିଥିଲେ। ସେଠାରେ ସେ ଗତିରାଉତପାଟଣା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଆୟୋଜିତ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଛନ୍ତି।

ଗତିରାଉତପାଟଣା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା କାର୍ଯ୍ୟକ୍ରମରେ ସରସଂଘଚାଳକ ମୋହନ ଭାଗବତ ଭିନ୍ନ ଭିନ୍ନ ଅଧିବେଶନରେ ଅତିଥି ଭାବେ ଯୋଗ ଦେବେ। ଆରଏସଏସ ମୁଖ୍ୟଙ୍କ ଗସ୍ତକୁ ନଜରରେ ରଖି କଟକ ଗତିରାଉତପାଟଣାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ରାତିରେ କଟକରେ ରହିବା ବ୍ୟବସ୍ଥା କରାଯାଇଛି। 


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.