oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

୧୫ ଦିନ ଭିତରେ ଦଲାଲ ମୁକ୍ତ ହେବେ ଆରଟିଓ କାର୍ଯ୍ୟାଳୟ – ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

26/09/2019 at 6:13 PM

ଭୁବନେଶ୍ୱର ୨୬।୦୯ – ସଡ଼କ ସୁରକ୍ଷା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ । ଆରଟିଓ ଗୁଡ଼ିକୁ ଦଲାଲ ମୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ । ମୁଖ୍ୟମନ୍ତ୍ରୀ ଆଜି ଭିଡିଓ କନଫରେନସିଂରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ, ଏସ୍‌ପି ଓ ଆରଟିଓ ମାନଙ୍କ ସହିତ ଆଲୋଚନା କରିଛନ୍ତି । ଲୋକଙ୍କ ସୁବିଧା ପାଇଁ ଅଧିକ କାଉଣ୍ଟର ଖୋଲିବା ଏବଂ ସଚେତନତା ଉପରେ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।…

ଦଲାଲ ମୁକ୍ତ ହେବ ଆରଟିଓ କାର୍ଯ୍ୟାଳୟ । ୧୫ ଦିନ ଭିତରେ ଆରଟିଓକୁ ସଂପୂର୍ଣ୍ଣ ଦଲାଲ ମୁକ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଡ଼ା ନିର୍ଦ୍ଦେଶ । ଆଜି ରାଜ୍ୟର ବିଭିନ୍ନ ଆରଟିଓ ସହିତ ଭିଡିଓ କନଫରେନସିଂରେ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାପାଳ ଓ ଏସ୍ପି ମାନେ ମଧ୍ୟ ଆଜିର ଏହି ଆଲୋଚନାରେ ସାମିଲ ହୋଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ଏହି ନିର୍ଦ୍ଦେଶ ପରେ ଆକ୍ସନ ମୋଡ୍‌ରେ ରାଜ୍ୟ ପୋଲିସ ।

ଗୁରୁବାର ରାଜ୍ୟର ଗୋଟିଏ ଆରଟିଓ କାର୍ଯ୍ୟାଳୟରେ ଚଢ଼ାଉ କରାଯାଇ ୭ ଜଣ ଦଲାଲଙ୍କୁ ଗିରଫ କରାଯାଇଥିବା ସୂଚନା ଦେଇଛନ୍ତି ପୋଲିସ ଡିଜି । ଏହାପରେ ରାଜ୍ୟର ସବୁ ଜିଲ୍ଲାର ଆରଟିଓରେ ଦଲାଲଗିରିକୁ ପୁରାପୁରି ବନ୍ଦ କରାଯିବ ବୋଲି ଡିଜିପି କହିଛନ୍ତି ।…

ରାଜ୍ୟରେ ପ୍ରତିବର୍ଷ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଉଛନ୍ତି ୫ ହଜାର ଲୋକ । ମୃତକଙ୍କ ମଧ୍ୟରୁ ଅଧିକାଂଶ ଯୁବ ବର୍ଗର । ଏମିତି ସ୍ଥିତିକୁ ଦେଖି ମୁଖ୍ୟମନ୍ତ୍ରୀ ଗଭୀର ଉଦବେଗ ପ୍ରକାଶ କରିବା ସହିତ ଯୋଜନାବଦ୍ଧ ଭାବେ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । କେବଳ ଦଲାଲ ମାନଙ୍କୁ ଧରିବା ନୁହେଁ ବରଂ ଦ୍ରୁତ ତଥା ବିପଦପୂର୍ଣ୍ଣ ଗାଡ଼ି ଚାଳନା, ନିଶାଦ୍ରବ୍ୟ ସେବନ କରି ଗାଡ଼ି ଚାଳନା କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ନିୟମିତ ଏବଂ କଡ଼ାକଡ଼ି ଯାଞ୍ଚ ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ସଡ଼କ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କର ଆଶୁ ଚିକିତ୍ସା କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।…

 ସଡ଼କ ସୁରକ୍ଷା ତଥା ଟ୍ରାଫିକ ଆଇନ ସଂପର୍କରେ ସଚେତନତା ଉପରେ ବୈଠକରେ ଗୁରୁତ୍ବ ଦିଆଯାଇଛି । ସ୍କୁଲ, କଲେଜ ଠାରୁ ଆରମ୍ଭ କରି ରାସ୍ତାରେ ଯିବା ଆସିବା କରୁଥିବା ଲୋକଙ୍କ ସଚେତନ କରାଯିବାର ଆବଶ୍ୟକତା ଉପରେ ବୈଠକରେ ଜୋର୍ ଦେଇଥିଲେ । ଗାଡ଼ିର କାଗଜପତ୍ର, ଡ୍ରାଇଭିଂ ଲାଇସେନ୍ସ ଯେପରି ଲୋକେ ସୁବିଧାରେ ପାଇପାରିବେ ସେଥିପାଇଁ ଆରଟିଓ ଅଫିସରେ ଅଧିକ କାଉଣ୍ଟର ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି ।

   Related Posts