ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ, ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ

NEWS7
s-jaishankar-us-visit-quad-ministerial-meeting-bilateral-meet-with-marco-rubio

ଭୁବନେଶ୍ୱର: ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ। ଭୁବନେଶ୍ୱର ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ଅନେକ ଦିନ ଧରି ଅସୁସ୍ଥ ରହି ଚିକିତ୍ସିତ ହେଉଥିଲେ। ୨୦୦୪ ରୁ ୨୦୦୯ ଯାଏଁ କୋରେଇର ବିଧାୟିକା ଥିଲେ। ସୂଚନା ଅନୁଯାଇ ଶ୍ରୀମତୀ ମହାନ୍ତି ଗତ କିଛିଦିନ ହେବ ଅସୁସ୍ଥ ହୋଇ ଭୁବନେଶ୍ୱରର ଏମ୍ସ ମେଡିକାଲରେ ଚିକିତ୍ସିତ ହେଉଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି।

ତାଙ୍କ ମୃତ୍ୟୁ ଖବରକୁ ନେଇ ଯାଜପୁର ଜିଲ୍ଲା ତଥା କୋରେଇ ନିର୍ବାଚନ ମଣ୍ଡଳୀରେ ଶୋକର ଛାୟା ଖେଳି ଯାଇଛି। ଶ୍ରୀମତୀ ମହାନ୍ତି ୨୦୦୪ ରୁ ୨୦୦୯ ପର୍ଯ୍ୟନ୍ତ କୋରେଇର ବିଧାୟିକା ଥିଲେ। ଏବଂ ରାଜ୍ୟ ବିଜେପିର ଜଣେ ଆଗ ଧାଡ଼ିର ମହିଳା ନେତ୍ରୀ ଥିଲେ।ତାଙ୍କର ବିୟୋଗରେ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ବିଜେପି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଶୋକ ପ୍ରକାଶ କରିଛନ୍ତି।

ସେ କହିଛନ୍ତି- ଶ୍ରୀମତୀ ମହାନ୍ତି କେବଳ ଜଣେ ଦକ୍ଷ ରାଜନେତ୍ରୀ ନୁହଁନ୍ତି, ବରଂ ଜନସେବା ଓ ସାଂଗଠନିକ କାର୍ଯ୍ୟରେ ସମର୍ପିତ ଜଣେ କର୍ମଠ ନେତ୍ରୀ ଥିଲେ। କୋରେଇ ଅଞ୍ଚଳର ବିକାଶ ଏବଂ ଜନକଲ୍ୟାଣ ପାଇଁ ସେ ନିରନ୍ତର ପରିଶ୍ରମ କରିଥିଲେ ଏବଂ ସାଧାରଣ ଜନତାଙ୍କ ହୃଦୟରେ ଏକ ବିଶେଷ ସ୍ଥାନ ଅଧିକାର କରିଥିଲେ। ଏହି ଶୋକାବହ ମୁହୂର୍ତ୍ତରେ ମୁଁ ବ୍ୟକ୍ତିଗତ ଭାବେ ଏବଂ ଭାଜପା ଓଡିଶା ପରିବାର ତରଫରୁ ତାଙ୍କ ପରିବାରବର୍ଗ, ଆତ୍ମୀୟସ୍ୱଜନ ଏବଂ ଅନୁଗାମୀମାନଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି। ପ୍ରଭୁ ଜଗନ୍ନାଥ ତାଙ୍କ ଅମର ଆତ୍ମାକୁ ସଦଗତି ପ୍ରାର୍ଥନା କରିଛନ୍ତି।