ବଦଳିଲା ସାବିତ୍ରୀ ଛୁଟି ତାରିଖ, ୨୭ ତାରିଖ ପରିବର୍ତ୍ତେ ୨୬ରେ ସରକାରୀ ହଲିଡେ

Published By : Prameya-News7 Bureau | May 23, 2025 IST

ଭୁବନେଶ୍ୱର ୨୩/୦୫: ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ବଦଳିଲା । ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏ ସମ୍ପର୍କିତ ପ୍ରସ୍ତାବକୁ ମଧ୍ୟ ଅନୁମୋଦନ ଦେଇଛନ୍ତି । 
ସୂଚନାଥାଉକି, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା । ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନ ମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ । ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଯାଇଛି  । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.