Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ୱାଧିନତା ଦିବସ ଉତ୍ସବରେ ସାମିଲ ହେଲା ଗୁଗଲ, ଡୁଡଲ ମାଧ୍ୟମରେ ଜଣାଇଲା ଶୁଭେଚ୍ଛା
  • ||
  • ଭୂମିକମ୍ପରେ ଥରିଲା ହିମାଚଳ ପ୍ରଦେଶ, ରିକ୍ଟର ସ୍କେଲରେ ତୀବ୍ରତା ୨.୫
  • ||
  • ଅବପାତର ରୂପ ନେଲା ଲଘୁଚାପ, ସୋମବାରଠୁ କମିବ ବର୍ଷା
  • ||
  • ସ୍ୱାଧିନତା ଦିବସ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା, ପ୍ରତିଟି ଭାରତୀୟ ପାଇଁ ଗୌରବର ମୁହୂର୍ତ୍ତ
  • ||
  • ‘ଦୁନିଆରେ ହଜାରେ ବାଘ, କିନ୍ତୁ ଦ୍ରାବିଡ…’ : ଟିମ୍ ଇଣ୍ଡିଆର କୋଚ୍‌ଙ୍କୁ ନେଇ ଟେଲରଙ୍କ ବଡ ବୟାନ
  • ||

କଂଗ୍ରେସ ଛାଡି ବିଜେପିରେ ଯୋଗଦେଲେ ସାଲେପୁର ବିଧାୟକ ପ୍ରକାଶ ବେହେରା

17/03/2019 at 12:40 PM

ନୂଆଦିଲ୍ଲୀ ୧୭|୩ : ପଦ୍ମ ଧରିଲେ ସାଲେପୁର ବିଧାୟକ ପ୍ରକାଶ ବେହେରା । ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ ଦଳରେ ଯୋଗ ଦେଇଛନ୍ତି | ଏହି ମିଶ୍ରଣ ପର୍ବରେ ଦଳର ଓଡିଶା ପ୍ରଭାରୀ ଅରୁଣ ସିଂ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପ ସଭାପତି ବୈଜୟନ୍ତ ପଣ୍ଡା, ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ |

ତେବେ ଗତକାଲି କଂଗ୍ରେସରୁ ଇସ୍ତଫା ଦେଇଥିଲେ ସାଲେପୁର ବିଧାୟକ ପ୍ରକାଶ ବେହେରା । କଂଗ୍ରେସ ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଥିଲେ । ଦଳରେ ତାଙ୍କୁ ଅଣଦେଖା କରାଯାଇଥିବା ନେଇ ସେ ଇସ୍ତଫା ପତ୍ରରେ ଉଲ୍ଲେଖ କରିଥିଲେ । ତେବେ ଇସ୍ତଫା ଦେବାପରେ ପ୍ରକାଶ ବେହେରା କେଉଁ ଦଳକୁ ଯିବେ ସେ ନେଇ ଜୋରଦାର ଚର୍ଚ୍ଚା ହେଉଥିଲା । ତେବେ ସେ ବିଜେପି ଦଳରେ ଯୋଗଦେବେ ବୋଲି ଏକ ପ୍ରକାର ସ୍ପଷ୍ଟ ହୋଇଯାଇଥିଲା । ଆଜି ସେ ବିଧିବଦ୍ଧଭାବେ ବିଜେପିରେ ଯୋଗ ଦେଇଛନ୍ତି ।

   Related Posts