ପ୍ରଥମ ପର୍ଯ୍ୟାୟ ସମବାୟ ସମିତି ନିର୍ବାଚନ : ସିସିଟିଭି ନଜରରେ ସମ୍ବେଦନଶୀଳ ବୁଥ୍

Published By : Prameya-News7 Bureau | June 19, 2022 IST

ନୂଆଦିଲ୍ଲୀ ୧୯/୦୬: ରବିବାର ପ୍ରଥମ ପର୍ଯ୍ୟାୟ ପ୍ରାଥମିକ ସମବାୟ ସମିତି ନିର୍ବାଚନ। ୩ ହଜାର ୨୫୨ ପ୍ରାଥମିକ ସମବାୟ ସମିତିରୁ ୨ ହଜାର ୫୨୧ଟି ସମିତିରେ ବିନା ପ୍ରତିଦ୍ବନ୍ଦ୍ବିତାରେ ସଦସ୍ୟ, ସଦସ୍ୟା ନିର୍ବାଚିତ ହୋଇଛନ୍ତି। ବାକି ୭୩୧ ପ୍ରାଥମିକ ସମବାୟ ସମିତିରେ ଆଜି ନିର୍ବାଚନ ହେବ।

ନିର୍ବାଚନ ପାଇଁ ୭୩୧ଟି ସମିତିରୁ ୨୪୪ଟି ସମ୍ବେଦନଶୀଳ ଚିହ୍ନଟ କରାଯାଇଛି। ଏହି ବୁଥଗୁଡ଼ିକରେ ମାଜିଷ୍ଟ୍ରେଟ, ସଶସ୍ତ୍ର ପୋଲିସ ଫୋର୍ସ ମୁତୟନ ସହ ଅନ୍ୟାନ୍ୟ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସମ୍ବେଦନଶୀଳ ବୁଥଗୁଡିକରେ ସିସିଟିଭି ଲଗାଯାଇଛି। ଜିଲ୍ଲାପାଳ ଏବଂ ଏସପି ଆଇନଶୃଙ୍ଖଳା ପରିସ୍ଥିତି ତଦାରଖ କରିବେ।

ସେହିପରି ନିର୍ବାଚନ ଶାନ୍ତି ଶୃଙ୍ଖଳାରେ କରିବାକୁ ପଦକ୍ଷେପ ନିଆଯାଇଛି। ନିର୍ବାଚନ ପରିଚାଳନା ପାଇଁ ୧୯ ଜଣ ଉପନିବନ୍ଧକ, ୫୮ ଜଣ ସହକାରୀ ନିବନ୍ଧକ ନିୟୋଜିତ ହୋଇଛନ୍ତି। ଭୋଟ ଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇ ଅପରାହ୍ନ ୪ଟା ଯାଏ ଚାଲିବ। ମୋଟ ୪ଲକ୍ଷ ୫୩ ହଜାର ୬୧୦ ଭୋଟର ମତଦାନ କରିବେ। ଭୋଟ ଗ୍ରହଣ ପରେ ନିର୍ବାଚନ ଫଳାଫଳ ଘୋଷଣା କରାଯିବ। ସେହିପରି ଆସନ୍ତା ୨୬ ତାରିଖରେ ପ୍ରଥମ ପର୍ଯ୍ୟାୟର ଦ୍ବିତୀୟ ଦିନର ଭୋଟ ଗ୍ରହଣ ହେବ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.