suno sunao
Aao Nxt
suno sunao
AAo728x90 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବେଙ୍ଗଲ ଦଙ୍ଗା ଉପରେ ଫିଲ୍ମ କରିବ ବିଜେପି, ସ୍ବାଧୀନତା ସମୟରେ କଲିକତା ସ୍ଥିତିର ମିଳିବ ଝଲକ
  • ||
  • ଶେଷ ପର୍ଯ୍ୟନ୍ତ ଲଢ଼ି ଅଷ୍ଟ୍ରେଲିଆ ‘ଏ’ କୁ ୨-୧ରେ ହରାଇଲା ଭାରତୀୟ ମହିଳା ହକି ଦଳ
  • ||
  • କୁସ୍ତି ଯୋଦ୍ଧାଙ୍କ ସମର୍ଥନରେ ବାହାରିଲେ ରାମଦେବ, କହିଲେ ମା’ଭଉଣୀଙ୍କ ବିଷୟରେ ବେକାର କଥା କହୁଥିବା ବ୍ରିଜ ଭୂଷଣଙ୍କୁ ଗିରଫ କର
  • ||
  • ଦିଲ୍ଲୀ ୟୁନିଭର୍ସିଟି ସିଲାବସରୁ ହଟିଲା ‘ସାରେ ଜାହାଁ ସେ ଆଚ୍ଛା’ର ଲେଖକ ମହମ୍ମଦ ଇକ୍‌ବାଲଙ୍କ ବିଷୟ
  • ||
  • ଏବେ ଉତ୍ତରାଖଣ୍ଡ ସଂଲଗ୍ନ LACରେ ଦ୍ରୁତ ଗତିରେ ଗାଁ ଗଢି ଚାଲିଛି ଚୀନ, ସୈନ୍ୟ ଶିବିର ବି ନିର୍ମାଣ କରୁଛି
  • ||
  • ହାଇଦ୍ରାବାଦ: କେନ୍ଦ୍ରର ଅଧ୍ୟାଦେଶ ବିରୋଧରେ ସମର୍ଥନ ପାଇଁ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେଜରିଓ୍ଵାଲ
  • ||
  • ନୂଆଦିଲ୍ଲୀ: ଜବାହରଲାଲ ନେହେରୁଙ୍କ ପୁଣ୍ୟତିଥିରେ ଶ୍ରଦ୍ଧାଞ୍ଜଳୀ ଅର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ରାହୁଲ ଗାନ୍ଧୀ
  • ||
  • IPL 2023: ମୁମ୍ବାଇକୁ ହରାଇ ଲଗାତାର ୨ୟ ଥର ଫାଇନାଲ୍‌ରେ ଗୁଜରାଟ ଟାଇଟନ୍ସ, ରବିବାର ଚେନ୍ନାଇ ସହ ଟାଇଟଲ୍ ମୁକାବିଲା
  • ||
  • ବିଜେପି ସରକାରର ୯ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ୯ଟି ପ୍ରଶ୍ନ କଲା କଂଗ୍ରେସ
  • ||
  • ଟିଏମ୍‌ସି ସାଂସଦ ଅଭିଷେକ ବାନାର୍ଜୀଙ୍କ କାର୍କେଡ୍‌ ଉପରେ ଆକ୍ରମଣ, ଇଟା ଫିଙ୍ଗି ଭାଙ୍ଗିଲେ ମନ୍ତ୍ରୀଙ୍କ କାର୍ କାଚ
  • ||

ସାରା ରାଜ୍ୟରେ ତାତିର ପ୍ରକୋପ, ଉତ୍ତପ୍ତପିଣ୍ଡ ପାଲଟିଲା ସମ୍ୱଲପୁର

24/05/2023 at 4:57 PM

ଭୁବନେଶ୍ୱର ୨୪/୦୫: ଜଳୁଛି ସାରା ରାଜ୍ୟ । ଆକାଶରୁ ବର୍ଷୁଛି ନିଆଁ ବର୍ଷା । ଖରା ତାତିରେ ଆଉଟୁ ପାଉଟୁ ଲୋକେ । ସକାଳ ୯ଟା ପରେ ମୁଣ୍ଡ ଉପରେ ଟାଇଁ ଟାଇଁ ଖରା । ଫଳରେ ଦିନ ୨ ଟା ୩୦ ସୁଦ୍ଧା ରେକର୍ଡ ହୋଇଛି ଅନେକ ସ୍ଥାନର ତାପମାତ୍ରା ।

ବିଶେଷ କରି ତାତିର ପ୍ରକୋପରେ ଜଳୁଛି ପଶ୍ଚିମ ଓଡ଼ିଶା । ସମ୍ବଲପୁରର ତାପମାତ୍ରା ୪୨.୮ ଡ଼ିଗ୍ରୀ ରେକର୍ଡ ହୋଇଥିବା ବେଳେ ଝାରସୁଗୁଡାର ତାପମାତ୍ରା ୪୨.୪ ଡ଼ିଗ୍ରୀ ରେକର୍ଡ ହୋଇଛି । ସେହିଭଳି ଭୁବନେଶ୍ୱରର ତାପମାତ୍ରା ୪୧.୨ ଡ଼ିଗ୍ରୀ, ଚାନ୍ଦବାଲି ୪୦.୮ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ହୀରାକୁଦରେ ୪୦.୦ଡ଼ିଗ୍ରୀ, କେନ୍ଦୁଝରରେ ୩୯.୪ ଡ଼ିଗ୍ରୀ, ବାଲେଶ୍ୱରରେ ୩୭.୦ ଡ଼ିଗ୍ରୀ, ପୁରୀରେ ୩୩.୪ ଡ଼ିଗ୍ରୀ, ପାରାଦ୍ୱୀପରେ ୩୩.୦ ଡ଼ିଗ୍ରୀ, ଗୋପାଳପୁରରେ ୩୧.୮ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ସେପଟେ ଆସନ୍ତା ୨୪ ଘଣ୍ଟାରେ ୧୯ ଜିଲ୍ଲାକୁ କାଳବୈଶାଖୀ ସତର୍କତା ଜାରି ହୋଇଛି । ଏଥିପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହି ଜିଲ୍ଲାଗୁଡିକ ହେଲା ନବରଙ୍ଗପୁର, ନୂଆପଡା, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଞ୍ଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା, ବୌଦ୍ଧ, କଟକ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଧୁଝର ଓ ମୟୁବରଭଞ୍ଜ । ଏହି ସବୁ ଜିଲ୍ଲାକୁ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।

   Related Posts