Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • କଟକ: ନିରପେକ୍ଷ ତଦନ୍ତ ପାଇଁ ପୁଣି ଆନନ୍ଦ ଟପୋଙ୍କ ବାପା ହାଇକୋର୍ଟଙ୍କ ଦ୍ୱାରସ୍ଥ
  • ||
  • ଫିଲ୍ମ ‘ଜ୍ୱିଗାଟୋ’କୁ ଏଣ୍ଟରଟେନ୍‌ମେଣ୍ଟ କର ଛାଡ଼ କଲେ ମୁଖ୍ୟମନ୍ତ୍ରୀ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ମୃତଦେହ, ଅଜଣା ଗାଡି ଧକ୍କା ଦେଇଥିବା ସନ୍ଦେହ
  • ||
  • ଭୁବନେଶ୍ବର : ବଳକା ଧାନ ଓ ଭାଗ ଚାଷୀଙ୍କୁ ନେଇ ପ୍ରଶ୍ନକାଳରେ କୃଷି ମନ୍ତ୍ରୀ ଓ କଂଗ୍ରେସ ବିଧାୟକ ଦଳ ନେତା ମୁହାଁମୁହିଁ
  • ||
  • ଭୁବନେଶ୍ବର : ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ନୂଆପଡା : ଗାଁରେ ପଶି ବାଛୁରୀକୁ ମାରିଖାଇଲା ବାଘ ! ଗତିବିଧି ଅନୁଧ୍ୟାନ ପାଇଁ ଲାଗିଲା କ୍ୟାମେରା
  • ||
  • ବାଲିଗୁଡା : ଗଞ୍ଜେଇ ବୋଝେଇ ପିକ୍‌ଅପ୍‌କୁ ମାଡି ବସିଲା ପୋଲିସ, ମାଫିଆ ଫେରାର
  • ||
  • ସୁନ୍ଦରଗଡ଼ : ସ୍ତ୍ରୀକୁ ହତ୍ୟା ପରେ ସ୍ୱାମୀର ଆତ୍ମହତ୍ୟା, ପାରିବାରିକ କଳହ ହିଁ ନେଲା ଉଭୟଙ୍କ ଜୀବନ
  • ||
  • କାମାକ୍ଷାନଗର : ଟ୍ରେନ୍ ଲାଇନ୍‌ରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଠାବ, ଟ୍ରେନ୍ ଧକ୍କାରେ ମୃତ୍ୟୁ ସନ୍ଦେହ
  • ||

ଶୁକ୍ରବାରଠୁ ମାଟ୍ରିକ୍‌ ପରୀକ୍ଷା, ସ୍କୁଲରେ ସିସିଟିଭିର କରାଯାଇଛି ବ୍ୟବସ୍ଥା- ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

9/03/2023 at 2:56 PM

ଭୁବନେଶ୍ୱର ୦୯।୦୩ : ଶୁକ୍ରବାର ଠାରୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା । ଯାହା ମାର୍ଚ୍ଚ ୨୦ ଯାଏ ଚଳିବ ।  ଏହା ମାଟ୍ରିକ ଦ୍ଵିତୀୟ ସମ୍ମେଟିଭ ପରୀକ୍ଷା । ଚଳିତ ଥର ମୋଟ ୫ ଲକ୍ଷ ୪୧ ହଜାର ୨୪୭ ଛାତ୍ର ଛାତ୍ରୀ ୩୨୧୮ ସେଣ୍ଟରରେ ମାଟ୍ରିକ ପରୀକ୍ଷା ଦେବେ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ୨୨ ପୋଲିସ ଷ୍ଟେସନକୁ ମିଶାଇ ହୋଇଥିବା ୩୧୬ ନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର ପହଂଚି ଷ୍ଟ୍ରଙ୍ଗ ରୁମରେ ରଖାଯାଇଛି ।  ସେଠାରୁ ପ୍ରତି ଦିନ ସକାଳେ ପୋଲିସ ସୁରକ୍ଷା ସହ ବିଭିନ୍ନ ପରୀକ୍ଷା କେନ୍ଦ୍ରକୁ ପଠାଯିବ । ଚଳିତ ଥର କପି ରୋକିବାକୁ ବିଶେଷ ପଦକ୍ଷେପ ନିଆଯାଇଛି ।  ଖରା ପାଇଁ ବିଶେଷ ପଦକ୍ଷେପ ନିଆଯାଇଛି ।  ସକାଳ ୮ରୁ ୧୦ ଯାଏ ପରୀକ୍ଷା ହେବ ।  ସକାଳ ୭ ସୁଦ୍ଧା ପ୍ରବେଶ କରିବାକୁ ହେବ ।  ୫୭ ଟି କେନ୍ଦ୍ରୀୟ ସ୍କ୍ୱାର୍ଡ ଚେକିଂ ପାଇଁ ଗଠନ କରାଯାଇଛି । ସ୍କୁଲ ଗୁଡିକରେ ସିସିଟିଭି ବ୍ୟବସ୍ଥା କରାଯାଇଛି । ଯେଉଁ ସେଣ୍ଟରରେ ସମ୍ମେଟିଭ ୧ ପରୀକ୍ଷା ହୋଇଥିଲା । ସେଠାରେ ହିଁ ସମ୍ମେଟିଭ ୨ ପରୀକ୍ଷା ହେବ । ପୂର୍ବ ବର୍ଷ ଗୁଡିକରେ ଯେଉଁଠି କପି ଖବର ଆସିଥିଲା, ସେଠାରେ ସେଣ୍ଟର ପରିବର୍ତ୍ତନ କରାଯାଇଛି ।

   Related Posts