oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

୭ କିମି ଯାଏଁ ମାଡି ଆସିବ ସମୁଦ୍ର, ନେବ କରାଳ ରୂପ, ୪ ମିଟର ଉଚ୍ଚ ଜୁଆର ଉଠିବ

25/05/2021 at 11:23 AM

ଭୁବନେଶ୍ୱର,୨୫/୦୫: ସମୁଦ୍ର ଧାରଣ କରିବ ଭୟଙ୍କର ରୂପ । ୟସ୍‌ର ପ୍ରକୋପ ଏତେ ସାଂଘାତିକ ଯେ ସ୍ଥଳଭାଗ ଛୁଇଁବା ସମୟରେ ଉତ୍ତର ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ହୋଇ କୂଳ ଲଂଘିବ । ସମୁଦ୍ରରେ ୨ରୁ ୪ ମିଟର ପାଖାପାଖି ଜୁଆର ଉଠିପାରେ । ବାଲେଶ୍ୱରରେ ସମୁଦ୍ରରେ ସବୁଠୁ ଉଚ୍ଚ ଜୁଆର ଆସିବା ଆଶଙ୍କା ରହିଛି । ତେବେ ଭଦ୍ରକରେ ୟସ୍‌ ପ୍ରଭାବରେ ସମୁଦ୍ର ୭ କିମି ପର୍ଯ୍ୟନ୍ତ ଆଗକୁ ମାଡ଼ି ଆସିପାରେ । ଏଭଳି ଆଶଙ୍କା ଦେଖାଇଛି ଭାରତୀୟ ପାଣିପାଗ ବିଭାଗ ।

ଆଇଏମଡି ସମୁଦ୍ର ଜୁଆର ନେଇ ଜାରି କରିଥିବା ସତର୍କ ସୂଚନାରେ ପୂର୍ବାନୁମାନ କରିଛି, ବାତ୍ୟା ସ୍ଥଳଭାଗ ଛୁଇଁବାବେଳେ ଓଡ଼ିଶାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ୨ରୁ ୪ ମିଟର ଉଚ୍ଚ ଜୁଆର ଉଠିପାରେ ସମୁଦ୍ରରେ । ବାଲେଶ୍ୱରର କୁମ୍ଭୀରଗାରୀରେ ୨.୧ରୁ ୩.୮ ମିଟର ଉଚ୍ଚ ଜୁଆର ଆଶଙ୍କା ଅଛି । ଅର୍ଥାତ୍‌ ୬.୮ ଫୁଟରୁ ୧୨.୪ ଫୁଟ ଉଚ୍ଚ ଜୁଆର ଉଠିବ ସମୁଦ୍ରରେ । ଏଠାରେ ଜୁଆର ଅଢ଼େଇ କିଲୋମିଟର ପାଖାପାଖି ଆଗକୁ ମାଡ଼ି ଆସିପାରେ । କୁମ୍ଭୀରଗିରି ବାଲେଶ୍ୱରର ଚାନ୍ଦିପୁର ପାଖାପାଖି ରହିଛି, ଏହା ପାଖକୁ ରହିଛି ସୁବର୍ଣ୍ଣରେଖା ।

ଭଦ୍ରକର ମୋହନପୁର ପାଖରେ ୩ ଫୁଟରୁ ୬.୮ ଫୁଟ ଉଚ୍ଚ ଜୁଆର ଉଠିପାରେ ସମୁଦ୍ର । ବାସୁଦେବପୁର ଓ ଇଞ୍ଚୁଡ଼ି ମଝିରେ ରହିଛି ମୋହନପୁର । ଚିନ୍ତାର ବିଷୟ ହେଲା, ଏଠାରେ ସମୁଦ୍ର ଜୁଆର ୭ କିମି ପର୍ଯ୍ୟନ୍ତ ଆଗକୁ ମାଡ଼ି ଯାଇପାରେ । ଏମିତି ହେଲେ ଭୟଙ୍କର ସ୍ଥିତି ଉପୁଜିବ । ବ୍ୟାପକ ଅଞ୍ଚଳରେ ସମୁଦ୍ର ପାଣି ପଶିଯିବ ।

କେନ୍ଦ୍ରାପଡ଼ାର ଭିତରକନିକା ଓ କନିକା ଦ୍ୱୀପ ପାଖ ଟିକାୟତନଗରରେ ସମୁଦ୍ର ଜୁଆର ୫ ଫୁଟ ପାଖାପାଖି ଉପରକୁ ଉଠିପାରେ ।ଏହା ପ୍ରଭାବରେ ସମୁଦ୍ର ଅଢ଼େଇ କିମିରୁ ଅଧିକ ଆଗକୁ ମାଡ଼ିଯାଇପାରେ । ଏଭଳି ସତର୍କ ସୂଚନାକୁ ନେଇ ଜିଲ୍ଲା ପ୍ରଶାସନ ବ୍ୟାପକ ପ୍ରସ୍ତୁତି କରିବା ସହ ସମୁଦ୍ର ପାଖ ଅଞ୍ଚଳବାସୀଙ୍କୁ ସୁରକ୍ଷିତ ସ୍ଥାନକୁ ପଠାଇବା ବ୍ୟବସ୍ଥା କରାଯାଇଛି ।

   Related Posts