scan steel
web-baneer-728x90
krs-728-90-banner english (2)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ବାଲୁକା କଳାରେ ବିଶ୍ୱକପ୍‌ ଶୁଭେଚ୍ଛା, ଗୁଡ୍‌ ଲକ୍‌ ଟିମ୍‌ ଇଣ୍ଡିଆ…

19/11/2023 at 8:37 AM

ପୁରୀ ୧୯।୧୧ : ବିଶ୍ୱକପ୍‌ ୨୦୨୩ । ଅହମ୍ମଦାବାଦ୍‌ରେ ହେବ ଫାଇନାଲ୍‌ ମୁକାବିଲା । ଆଉ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ । ତେବେ ଫାଇନାଲ୍‌ ମୁକାବିଲା ପୂର୍ବରୁ ଚାରିଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ । ଏହିକ୍ରମରେ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ବାଳୁକା କଳା ମାଧ୍ୟମରେ ଟିମ୍‌ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଛନ୍ତି ।

ଏହି ଅବସରରେ ବାଳୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ କହିଛନ୍ତି ଯେ, ଦେଶର କୋଣ ଅନୁକୋଣରୁ ଟିମ୍‌ ଇଣ୍ଡିଆ ପାଇଁ ଶୁଭେଚ୍ଛା ଆସୁଛି । ତେଣୁ ଆମେ ବି ଭାରତୀୟ ଟିମ୍‌କୁ ଫାଇନାଲ ମୁକାବିଲା ପୂର୍ବରୁ ଶୁଭେଚ୍ଛା ଜଣାଇଛି । ବାଲୁକା କଳା ମାଧ୍ୟମରେ ଟିମ୍‌ ଇଣ୍ଡିଆକୁ ଗୁଡ୍‌ ଲକ୍‌ କହିଛୁ । ଅହମ୍ମଦାବାଦ୍‌ ସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମ୍‌କୁ ମଧ୍ୟ ବାଲୁକା କଳାରେ ଚିତ୍ରଣ କରିଛୁ ।

ସୂଚନାଯୋଗ୍ୟ ଯେ, ନଭେମ୍ବର ୧୯ ତାରିଖରେ ଗୁଜୁରାଟ ଅହମ୍ମଦାବାଦ ସ୍ଥିତ ନରେନ୍ଦ୍ର ମୋଦି କ୍ରିକେଟ୍‌ ଷ୍ଟାଡିୟମ୍‌ରେ ଖେଳାଯିବ ଫାଇନାଲ୍‌ ମ୍ୟାଚ୍‌ । ୨୦୨୩ ଦିନିକିଆ ବିଶ୍ୱକପ୍‌ର ଫାଇନାଲ ମ୍ୟାଚ୍‌ରେ ମୁହାଁମୁହିଁ ହେବେ ଦୁଇ ଶକ୍ତଶାଳୀ ଦଳ ଭାରତ-ଅଷ୍ଟ୍ରେଲିଆ । ରବିବାର ଦିନ ଅପରାହ୍ନ ୨ଟାରେ ଖେଳାଯିବ ଏହି ମ୍ୟାଚ୍‌ । ଭାରତୀୟ ଟିମ୍‌ ନ୍ୟୁଜିଲାଣ୍ଡକୁ ସେମିରେ ପରାସ୍ତ କରି ଫାଇନାଲରେ ଏଣ୍ଟ୍ରି କରିଥିବା ବେଳେ ଅଷ୍ଟ୍ରେଲିଆ ଟିମ୍‌ ଦକ୍ଷିଣ ଆଫ୍ରିକାକୁ ୨ୟ ସେମିରେ ପରାସ୍ତ କରିଛି । ଆଉ ୨ୟ ଟିମ୍‌ ଭାବେ ଚଳିତ ବିଶ୍ୱକପ୍‌ ଫାଇନାଲରେ କରିଛି ଏଣ୍ଟ୍ରି ।

   Related Posts