ଶ୍ରୀମନ୍ଦିରରେ ସପ୍ତପୁରୀ ଅମାବାସ୍ୟା, ବଡ଼ଦେଉଳରେ ସ୍ୱତନ୍ତ୍ର ନୀତିକାନ୍ତି

Published By : Prameya-News7 Bureau | August 23, 2025 IST

ପୁରୀ ୨୩।୦୮ : ଆଜି ସପ୍ତପୁରୀ ଅମାବାସ୍ୟା। ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା କୁହାଯାଏ। ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଠାରେ ସପ୍ତପୁରୀ ଭୋଗ ଲାଗିଥାଏ। ଏହି ନୀତି ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। 

ଠାକୁରଙ୍କ ଅବକାଶ ନୀତି ସରିବା ପରେ ବେଶ କରାଯାଇ ଗମ୍ଭିରାରେ ପାଣି ପଡ଼ି ଟେରା ବନ୍ଧାଯିବା ପରେ ସକାଳ ଧୂପ ସହ ସାତପୁରୀ ଭୋଗ ରୋଷ ଘରୁ ଆସେ । ପୂଜାପଣ୍ଡା ଷୋଡ଼ଶ ଉପଚାରରେ ପୂଜା କରିଥାଆନ୍ତି। ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କର ଆଜି ବିଶେଷ ପୂଜାନୀତି ସହ ସଂଧ୍ୟାଧୂପ ପରେ ମହାପ୍ରଭୁଙ୍କ ବିଜେ ପ୍ରତିମା ଶ୍ରୀନାରାୟଣ ସାଗର ବିଜେ କରିବେ। ଗତକାଲି ଅଠରନଳା ନିକଟରେ ଅବସ୍ଥିତ ମା ଆଲାମଚଣ୍ଡୀ ମନ୍ଦିରରୁ ସପ୍ତପୁରୀ ଭୋଗ ପାଇଁ ଆବଶ୍ୟକ ତାଡ଼ ଶ୍ରୀମନ୍ଦିରରେ ପହଞ୍ଚିଛି । 


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.