Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ଭାସିଗଲେ ୨ ଯୁବକ, ଜଣେ ଉଦ୍ଧାର, ଅନ୍ୟଜଣେ ନିଖୋଜ
  • ||
  • ସ୍ୱାଧିନତା ଦିବସ ଉତ୍ସବରେ ସାମିଲ ହେଲା ଗୁଗଲ, ଡୁଡଲ ମାଧ୍ୟମରେ ଜଣାଇଲା ଶୁଭେଚ୍ଛା
  • ||
  • ଭୂମିକମ୍ପରେ ଥରିଲା ହିମାଚଳ ପ୍ରଦେଶ, ରିକ୍ଟର ସ୍କେଲରେ ତୀବ୍ରତା ୨.୫
  • ||
  • ଅବପାତର ରୂପ ନେଲା ଲଘୁଚାପ, ସୋମବାରଠୁ କମିବ ବର୍ଷା
  • ||
  • ସ୍ୱାଧିନତା ଦିବସ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା, ପ୍ରତିଟି ଭାରତୀୟ ପାଇଁ ଗୌରବର ମୁହୂର୍ତ୍ତ
  • ||
  • ‘ଦୁନିଆରେ ହଜାରେ ବାଘ, କିନ୍ତୁ ଦ୍ରାବିଡ…’ : ଟିମ୍ ଇଣ୍ଡିଆର କୋଚ୍‌ଙ୍କୁ ନେଇ ଟେଲରଙ୍କ ବଡ ବୟାନ
  • ||

ନିର୍ଦ୍ଧାରିତ ପ୍ରୋଗ୍ରାମରେ ହେବ NEET-JEE, ସୁପ୍ରିମକୋର୍ଟ ଦେଲେ ଗ୍ରୀନ୍ ସିଗନାଲ୍, କହିଲେ ପିଲାଙ୍କର ମୂଲ୍ୟବାନ ବର୍ଷ ନଷ୍ଟ ହୋଇପାରିବନି

17/08/2020 at 1:49 PM

ନୂଆଦିଲ୍ଲୀ ୧୭।୮: ଚଳିତ ବର୍ଷ ହେବାକୁ ଥିବା ଏକକ ମେଡିକାଲ ନାମଲେଖା ଏଣ୍ଟ୍ରାନ୍ସ NEET ଏବଂ ଯୁଗ୍ମ ଇଞ୍ଜିନିୟରିଂ ପ୍ରବେଶିକା JEE ଧାର୍ଯ୍ୟ ସୂଚୀ ଅନୁସାରେ ହେବ । ସର୍ବୋଚ୍ଚ ଅଦାଲତ ଏଥିଲାଗି ସବୁଜ ସଙ୍କେତ ଦେଇଛନ୍ତି । ନିଟ୍ ଏବଂ ଜେଇଇ ପରୀକ୍ଷା ଆୟୋଜନ ବିରୋଧରେ ଦାଖଲ କରାଯାଇଥିବା ଆବେଦନକୁ ଖାରଜ କରିଦେଇଛନ୍ତି ସୁପ୍ରିମକୋର୍ଟ । କୋଭିଡ୍-୧୯କୁ ଦୃଷ୍ଟିରେ ରଖି ଆବଶ୍ୟକୀୟ ସତର୍କତା ଅବଲମ୍ବନ କରାଯାଇଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସୀ ଅବଗତ କରାଇବା ପରେ କୋର୍ଟ ଏହି ଆବେଦନକୁ ଖାରଜ କରିଥିବା ଜଣାପଡିଛି । ଜଷ୍ଟିସ୍ ଅରୁଣ ମିଶ୍ରଙ୍କ ଏକ ଖଣ୍ଡପୀଠ ମେଡିକାଲ ପ୍ରବେଶିକା ପରୀକ୍ଷା ନିଟ୍ ଏବଂ ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା ଜେଇଇ ମେନ୍ସକୁ ସ୍ଥଗିତ ରଖିବା ନେଇ କରାଯାଇଥିବା ଆବେଦନକୁ ଖାରଜ କରିଦେଇଛନ୍ତି ।

ଅବେଦନକୁ ଖାରଜ କରିବା ସହ ସୁପ୍ରିମକୋର୍ଟଙ୍କ ଖଣ୍ଡପୀଠ ପ୍ରଶ୍ନ କରିଛନ୍ତି ଯେ, କ’ଣ ଦେଶରେ ସବୁକିଛି ବନ୍ଦ କରିଦିଆଯିବ ? ଏପରି ଏକ ମୂଲ୍ୟବାନ ବର୍ଷକୁ କ’ଣ ନଷ୍ଟ କରିଦିଆଯିବ ? ଆବେଦନରେ କୋଭିଡ-୧୯ ସଂକ୍ରମଣର ବୃଦ୍ଧି ହେତୁ ସେପ୍ଟେମ୍ବରରେ ପ୍ରସ୍ତାବିତ ଜେଇଇ ମେନ୍ସ ଏବଂ ନିଟ୍ ୟୁଜି ପରୀକ୍ଷାକୁ ସ୍ଥଗିତ ରଖିବାକୁ ଦାବି କରାଯାଇଥିଲା।

ସୂଚନାଯୋଗ୍ୟ ଯେ, ଜେଇଇ ପରୀକ୍ଷା ସେପ୍ଟେମ୍ବର ୧ରୁ ସେପ୍ଟେମ୍ବର ୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାର ଅଛି । ଏହାସହ ନିଟ୍ ପରୀକ୍ଷା ସେପ୍ଟେମ୍ବର ୧୩ରୁ ହେବାର ଯୋଜନା ରହିଛି । ଏହି ପରୀକ୍ଷାକୁ ସ୍ଥଗିତ ରଖିବାକୁ ୧୧ଟି ରାଜ୍ୟରୁ ୧୧ ଜଣ ଛାତ୍ର ଅନୁରୋଧ କରି ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରିଥିଲେ ।

   Related Posts