ଆଜି ସୁପ୍ରିମକୋର୍ଟରେ ନିର୍ଭୟା ମାମଲାର ଶୁଣାଣି

Published By : Prameya-News7 Bureau | February 11, 2020 IST

ନୂଆଦିଲ୍ଲୀ ୧୧।୨: ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହେବ। ନିର୍ଭୟା ଦୋଷୀଙ୍କୁ ଫାଶୀ ଦେବା ନେଇ କେନ୍ଦ୍ର ଓ ଦିଲ୍ଲୀ ସରକାରଙ୍କ ଆବେଦନ ଉପରେ ସର୍ବୋଚ୍ଚ ଅଦାଲତ ଶୁଣାଣି କରିବେ ।

ଗତ ୩୧ ଜାନୁଆରୀରେ ପଟିଆଲା ହାଉସ୍ କୋର୍ଟ ନିର୍ଭୟା ଦୋଷୀଙ୍କ ଫାଶୀକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସ୍ଥଗିତ ରଖିଥିଲେ । ଏହାକୁ ଚ୍ୟାଲେଞ୍ଜ କରି କେନ୍ଦ୍ର ସରକାର ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିଥିଲେ । ୪ ଦୋଷୀଙ୍କୁ ଅଲଗା ଅଲଗା ଫାଶୀ ଦେବା ପାଇଁ ଅନୁମତି ଦେବାକୁ ଆବେଦନରେ ଦର୍ଶାଇଥିଲେ କେନ୍ଦ୍ର ସରକାର ।

ଏହାକୁ କିନ୍ତୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଥିଲେ । ଦିଲ୍ଲୀ ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ କେନ୍ଦ୍ର ସରକାର ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.