ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଚୁକ୍ତିଭିତ୍ତିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ (Junior Teacher, Schematic) ମାନଙ୍କୁ ନିୟମିତ କରିଛନ୍ତି। ୨୦୨୩-୨୪ ବର୍ଷରେ ନିଯୁକ୍ତି ପାଇଥିବା ଏହି ବର୍ଗର କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରାଯାଇଛି। ଏହା ଦ୍ୱାରା ରାଜ୍ୟର ୧୩ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକମାନେ ଉପକୃତ ହୋଇଛନ୍ତି।

ଏହି ଶିକ୍ଷକମାନେ ସେମାନଙ୍କର ଚାକିରୀରେ ଯୋଗଦାନ ସମୟ ଠାରୁ ନିୟମିତ ହୋଇଛନ୍ତି। ତେବେ, ସେମାନେ ଚାକିରୀରେ ଯୋଗଦାନ ସମୟ ଠାରୁ ୨୦୨୫ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ Notional Benefit ପାଇବେ। ୨୦୨୬ ଜାନୁୟାରୀ ପହିଲା ଠାରୁ ନିୟମିତ କର୍ମଚାରୀଙ୍କ ଦରମା ତଥା ଅନ୍ୟାନ୍ୟ ସମସ୍ତ ସୁବିଧା ପାଇପାରିବେ।

Also Read: ମାଓ ପ୍ରଭାବିତ ଅଂଚଳର ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ, “ଗ୍ରାମୋଦୟ” ପଦକ୍ଷେପରେ ଶତ ପ୍ରତିଶତ ଲକ୍ଷ୍ୟ ହାସଲ କରିବାକୁ ନିର୍ଦ୍ଦେଶ

ସୂଚନାଯୋଗ୍ୟ ଯେ, ଏହି କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଥିଲେ। ଏହି ନିଷ୍ପତ୍ତି ଗ୍ରହଣ କରିବା ଦ୍ୱାରା ଶିକ୍ଷକ ମହଲରେ ଖୁସି ଲହରୀ ଖେଳି ଯାଇଛି।