ଭୁବନେଶ୍ୱର ୨୨।୦୯ : ବର୍ଷା ପବନକୁ ଦୃଷ୍ଟିରେ ରଖି ୫ ଜିଲ୍ଲାରେ ସ୍କୁଲ ଛୁଟି। ଖୋର୍ଦ୍ଧା, ଜଗତସିଂହପୁର, ମାଲକାନଗିରି, ଗଜପତି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୨୪ ତାରିଖ ଯାଏ ଏହି ସବୁ ଜିଲ୍ଲାରେ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ୨୪ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ।

ତିନି ଦିନ ଧରି ସ୍କୁଲ ବନ୍ଦ ରହିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଶିଶୁ ବାଟିକା ଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଥିବା ବିଦ୍ୟାଳୟ ଗୁଡିକ ବନ୍ଦ ରହିବ। ସେହିଭଳି ଏହି ସମସ୍ତ ଜିଲ୍ଲାର ଅଙ୍ଗନୱାଡି କେନ୍ଦ୍ର ଏହି ତିନି ଦିନ ବନ୍ଦ ରହିବା ନେଇ ମଧ୍ୟ ନିର୍ଦ୍ଦେଶ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ଲଘୁଚାପ ଜନିତ ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ବିଦ୍ୟାଳୟ ଓ ଅଙ୍ଗନୱାଡି କେନ୍ଦ୍ର ଗୁଡ଼ିକ ବନ୍ଦ ରହିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଗଂଜାମ ଜିଲ୍ଲାରେ ମଧ୍ଯ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରହିବ। ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ ବିଦ୍ୟାଳୟରେ ଉପସ୍ଥିତ ରହିବେ । ଏହି ସମୟରେ ବିଦ୍ୟାଳୟ କୋଠା ଓ ଆନୁଷଙ୍ଗିକ ବ୍ୟବସ୍ଥା ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Also Read:-ଆମେରିକାର ୟୋସେମାଇଟ୍ ଜାତୀୟ ଉଦ୍ୟାନରେ ଅଗ୍ନିଶମ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟ୍ ମୃତ

ସେହିପରି ବିଦ୍ୟାଳୟ ଗୁଡ଼ିକ ୨୪ ଘଣ୍ଟା ଖୋଲା ରଖିବା ପାଇଁ ରୋଷ୍ଟର ଡ୍ୟୁଟି ପ୍ରଚଳନ ପାଇଁ ପ୍ରଧାନଶିକ୍ଷକ ଏବଂ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି l ଜନସାଧାରଣଙ୍କ ସୁରକ୍ଷା ଓ ଶିଶୁମାନଙ୍କ ନିରାପତ୍ତାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ‘ଶୂନ୍ୟ ମୃତାହତ’ ନୀତି ଅନୁସରଣ କରିଛି ଜିଲ୍ଲା ପ୍ରଶାସନ ।