ଭୁବନେଶ୍ୱର ୧୬।୦୬ : ଆସନ୍ତା ୨୦ ତାରିଖରେ ଖୋଲିବ ସ୍କୁଲ । ୫୮ ଦିନ ପରେ ରାଜ୍ୟରେ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି ।ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୨୨ ତାରିଖରୁ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଥିଲା ।
ସେହିପରି ସ୍କୁଲି ଖୋଲିବା ପରେ ପିଲାଙ୍କ ପାଠପଢ଼ା ଯେପରି ହେବ ଓ ୨୦୨୫-୨୬ ଶିକ୍ଷାବର୍ଷ ଠିକ୍ ଭାବେ ପରିଚାଳିତ ହୋଇପାରିବେ । ସେନେଇ ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ /ପ୍ରଧାନଶିକ୍ଷକଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ବର୍ଷା ଯୋଗୁ କ୍ୟାମ୍ପସ ପରିସରରେ ଉଠିଥିବା ଗଛଲତା ସଫା କରିବା, ପାଣି ଟାଙ୍କି ସଫା କରିବା, ପିଲାଙ୍କ ବସିବା ବେଞ୍ଚ୍ ଓ ଚେୟାରକୁ ଠିକ୍ ଭାବେ ପ୍ରସ୍ତୁତ ରଖିବାକୁ କୁହାଯାଇଛି। ସେହିପରି ପରିସ୍ରାଗାର, ଇ-ଲାଇବ୍ରେରୀ, ରୋଷେଇ ଘରଗୁଡ଼ିକୁ ମଧ୍ୟ ସଫା କରିବା ସହିତ ମଧ୍ୟାହ୍ନଭୋଜନ ପାଇଁ ଥିବା ସାମଗ୍ରୀ ସବୁକୁ ଯାଞ୍ଚ କରିବାକୁ ପ୍ରଧାନ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନିର୍ଦ୍ଦେଶ ଦିଆଯାଇଛି।