scan steel
web-baneer-728x90
1 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ପ୍ରମୁଖ ଖବର
  • ଉତ୍ତରକାଶୀ ଟନେଲରୁ ବଡ଼ ଖବର ।। ୧୭ ଦିନ ପରେ ଉଦ୍ଧାରରେ ମିଳିଲା ସଫଳତା ।। ସମସ୍ତ ୪୧ ଶ୍ରମିକ ଉଦ୍ଧାର ।। ସୁଡ଼ଙ୍ଗରେ ଶ୍ରମିକଙ୍କ ଉଦ୍ଧାର କାର୍ଯ୍ୟ ଶେଷ ।। ୧୭ ଦିନ ପରେ ସୁଡ଼ଙ୍ଗରୁ ସକୁଶଳ ଉଦ୍ଧାର ହେଲେ ୪୧ ଶ୍ରମିକ ।। ଉଦ୍ଧାର ସମସ୍ତ ୪୧ ଜଣ ଶ୍ରମିକଙ୍କୁ ସେମାନଙ୍କ ପରିବାର ସହ ପଠାଗଲା ହସ୍ପିଟାଲ
  • ||

ସୁନ୍ଦରଗଡରେ ଚିନ୍ତା ବଢାଇଲା ସ୍କ୍ରବ୍ ଟାଇଫସ୍ : ଦିନକରେ ଚିହ୍ନଟ ହେଲେ ୩ ପଜିଟିଭ

18/09/2023 at 10:22 AM

ସୁନ୍ଦରଗଡ ୧୮/୦୯: ସୁନ୍ଦରଗଡରେ ଚିନ୍ତା ବଢାଇଲାଣି ସ୍କ୍ରବ୍ ଟାଇଫସ୍‌ । ଆଜି ପୁଣି ୩ ଜଣ ସ୍କ୍ରବ ଟାଇଫସ ପଜିଟିଭ ଚିହ୍ନଟ । ଜିଲ୍ଲାରେ ପଜିଟିଭ ସଂଖ୍ୟା ୧୮୩ ରେ ପହଂଚିଲା । ୨୪ ଟି ରକ୍ତ ନମୁନା ପରୀକ୍ଷା ପରେ ୩ ଜଣ ଆକ୍ରାନ୍ତ ଥିବା ସୁଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚକିତ୍ସା ଅଧିକାରୀ ଡଃ କାହ୍ନୁଚରଣ ନାୟକ ।

ସୂଚନା ଥାଉକି, ସୁନ୍ଦରଗଡ଼କୁ ଟେନସନ ସ୍କ୍ରବ୍ ଟାଇଫସ୍ । ଜିଲ୍ଲାରେ ଆଉ ୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗତକାଲି ପରୀକ୍ଷା ପାଇଁ ପଠାଯାଇଥିବା ନମୁନା ମଧ୍ୟରୁ ୩ଟି ନମୁନା ପଜିଟିଭ୍ ଆସିଛି । ଏହା ସହ ଜିଲ୍ଲା ସ୍କ୍ରବ୍ ଟାଇଫସ୍ ପଜିଟିଭ୍ ସଂଖ୍ୟା ୧୮୩ରେ ପହଞ୍ଚିଛି । ସେହିପରି ଶନିବାର ହୋଇଥିବା ନମୁନା ପରୀକ୍ଷାରେ ୧୧ ଜଣ ପପଜିଟିଭ୍ ଚିହ୍ନଟ ହୋଇଥିଲେ । ଏହାରି ଭିତରେ ଜଣେ ରୋଗୀଙ୍କ ଜୀବନ ନେଇଛି ଏହି ସ୍କ୍ରବ୍ ଟାଇଫସ୍ ।

ଜିଲ୍ଲା ମୁଖ୍ୟ ଚକିତ୍ସା ଅଧିକାରୀ କହିଛନ୍ତି ହସ୍ପିଟାଲରେ ପର୍ଯ୍ୟାପ୍ତ ଔଷଧ ମହଜୁଦ ରଖାଯାଇଛି । ଏହା ସହ ସ୍ୱତନ୍ତ୍ର ଡାକ୍ତରୀ ଦଳ ପ୍ରସ୍ତୁତ ହୋଇ ରହିଛନ୍ତି । ସାଧାରଣତଃ ଜୁଲାଇରୁ ନଭେମ୍ବର ମାସରେ ସ୍କ୍ରବ୍ ଟାଇଫ୍‌ସ ସଂକ୍ରମଣ ଦେଖିବାକୁ ମିଳିଥାଏ । ଚିଗର୍ସ ନାମକ ଏକ କୀଟ କାମୁଡ଼ିବା ଦ୍ବାରା ଲୋକଙ୍କ ଶରୀରରେ ସଂକ୍ରମଣ ଆରମ୍ଭ ହୋଇଥାଏ। ଟିଙ୍କ ଜାତୀୟ ଏହି ଅତି କ୍ଷୁଦ୍ର କୀଟ ସର୍ବସାଧାରଣ ପୋଖରୀ, ଜଙ୍ଗଲ ଓ ଚାଷ ଜମିରେ ଦେଖିବାକୁ ମିଳିଛି ।

ପୋଖରୀ, ବିଲ କି ଜଙ୍ଗଲକୁ ଯାଉଥିବା ଲୋକେ ଏହି କୀଟ ଦଂଶନର ଶିକାର ହେଉଛନ୍ତି । ଏଥିରେ ଆକ୍ରାନ୍ତ ବ୍ୟକ୍ତିଙ୍କ ଶରୀରରେ ତୀବ୍ର ଜ୍ବର ସାଙ୍ଗକୁ ମୁଣ୍ଡ ବୁଲାଇବା, ମାଂସପେଶୀ ଦରଜ ହୋଇଥାଏ । କୀଟ କାମୁଡ଼ିଥିବା ସ୍ଥାନର ଚର୍ମ କୁଣ୍ଡେଇ ହେବା ସହ କିଛି ସମୟ ପ‌ରେ କଳା ପଡ଼ିଯାଏ । ପରେ ପରେ ରୋଗୀ ଜ୍ବରରେ ପଡ଼େ। ଲକ୍ଷଣ ପ୍ରକାଶ ପାଇବା କ୍ଷଣି ଠିକ ସମୟରେ ପରୀକ୍ଷା କରି ଚିକିତ୍ସା କରାଗଲେ ରୋଗୀଙ୍କ ଜୀବନ ବିପଦମୁକ୍ତ ହୋଇଥାଏ ବୋଲି କହିଛନ୍ତି ଡାକ୍ତର ।

you can also read….

   Related Posts