ବିଧାନସଭାର ବଜେଟ୍ ଅଧିବେଶନ : ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ବିରୋଧୀଙ୍କ ରଣନୀତି, ଜବାବ ଦେବାକୁ ଶାସକ ଦଳ ପ୍ରସ୍ତୁତ

Published By : Prameya-News7 Bureau | February 15, 2020 IST

ଭୁବନେଶ୍ବର ୧୫।୦୨: ଶନିବାର ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ । ତେବେ ଦ୍ବିତୀୟ ଦିନରେ ବି ଗୃହ ସରଗରମ ରହିବାର ସମ୍ଭାବନା ରହିଛି । ବିଭିନ୍ନ ପ୍ରସଙ୍ଗରେ ଶାସକ ଦଳକୁ ଘେରିବା ପାଇଁ ବିରୋଧୀ ବିଜେପି ଓ କଂଗ୍ରେସ ରଣନୀତି ମଧ୍ୟ ପ୍ରସ୍ତୁତ କରିସାରିଛନ୍ତି । ସେପଟେ ଶାସକ ଦଳ ମଧ୍ୟ ସମସ୍ତ ବିରୋଧୀଙ୍କ ଆଟାକ୍ ମୁକାବିଲା ପାଇଁ ତୟାର ରହିଛି  । ଆଜି MSME ସହ ମହିଳା ଓ ଶିଶୁ ବିକାଶ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା, ଦକ୍ଷତା ବିକାଶ ପ୍ରଭୃତି ବିଭାଗର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ରହିଛି ।   

ଚଳିତ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଚାଲିବ ।  ପ୍ରଥମ ପର୍ଯ୍ୟାୟ ଅଧିବେଶନ ଫେବୃଆରୀ ୧୪ରୁ ଆରମ୍ଭ ହୋଇ ୨୬ ପର୍ଯ୍ୟନ୍ତ ଏବଂ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୧୧ ତାରିଖରୁ ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ବସିବାକୁ ସ୍ଥିର ହୋଇଛି।

ଅଧିବେଶନର ପ୍ରଥମ ଦିନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗୃହରେ ତାଙ୍କ ଅଭିଭାଷଣ ରଖିଛନ୍ତି। ଆସନ୍ତା ୧୮ ତାରିଖରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିବେ। ଏଥର ବଜେଟ୍ ଆକାର ଦେଢ଼ ଲକ୍ଷ କୋଟି ଟଙ୍କାକୁ ଟପିବ ବୋଲି ସୂଚନା ମିଳିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.