କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି

Published By : Prameya-News7 Bureau | October 22, 2021 IST

ଆଠଗଡ଼ ୨୨।୧୦: କଟକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ଵରଙ୍କ ପୀଠରେ ଚଳିତ କାର୍ତ୍ତିକ ମାସର ପ୍ରଥମ ସୋମବାର ଦିନ ୧୪୪ ଧାରା ଜାରୀ କରିଛି ଆଠଗଡ଼ ପ୍ରଶାସନ।  ଅର୍ଥାତ୍ ସୋମବାର ଭୋର ୪ଟାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ଏହି ନିୟମ ବଳବତ୍ତର ରହିବ ବୋଲି ଆଠଗଡ଼ ଉପଜିଲ୍ଲାପାଳ ଅଜାମ୍ବର ମହାନ୍ତି ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ କୋଭିଡ କଟକଣାକୁ ଆଖି ଆଗରେ ରଖି ସମସ୍ତ ହବିଷ୍ୟାଳୀ ଓ ଶ୍ରଦ୍ଧାଳୁ ଭକ୍ତମାନଙ୍କୁ ପୀଠକୁ ନ ଆସିବାକୁ ବାରଣ କରାଯିବା ସହିତ ଧବଳେଶ୍ଵର ପୀଠକୁ ଧାରା ୧୪୪ ଜାରି କରାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.