ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ, କ୍ୟାମ୍ପ ଉଡାଇଲେ ସୁରକ୍ଷାକର୍ମୀ
13/02/2023 at 9:04 AM

ମାଲକାନଗିରି ୧୩/୦୨: ମାଲକାନଗିରି ଛତିଶଗଡ ସୀମାନ୍ତ ନାରାୟଣପୁର ଜିଲ୍ଲାରେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଗୁଳି ବିନିମୟ । ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଗୁଳି ବିନିମୟ ହେବା ପରେ ମାଓ କ୍ୟାମ୍ପକୁ ଧ୍ୱଂସ କଲେ ସୁରକ୍ଷା କର୍ମୀ ।
ଛୋଟେବେଠିଆ ଥାନା ଅନ୍ତର୍ଗତ ଆଲଦଣ୍ଡ ଜଙ୍ଗଲରେ ମାଓବାଦୀମାନେ ଏକ କ୍ୟାମ୍ପ କରି ରହିଥିବା ପୋଲିସର ଗୁଇନ୍ଦା ବିଭାଗକୁ ସୁଚନା ମିଳିଥିଲା ।
ଏହା ପରେ ବିଏସଏଫ ଓ ଡିଆରଜି ବାହିନୀ ପକ୍ଷରୁ ସେଠାରେ ଆରମ୍ଭ ହୋଇଥିଲା କମ୍ୱିଂ ଅପରେସନ ଗୁଳି ବିନିମୟ ହେବା ପରେ ନକ୍ସଲମାନେ ଘଟଣା ସ୍ଥଳରୁ ପଳାୟନ କରିଥିବା ବେଳେ ମାଓ ଶିବିରରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷା କର୍ମୀ ।
Related Posts
ପତ୍ନୀହନ୍ତା ସ୍ବାମୀକୁ ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ
24 March 2023