ଯାଜପୁର ୧।୮: ଭିଜିଲାନ୍ସ ଜାଲରେ ଏବେ ଆଉ ଜଣେ ସରକାରୀ ବାବୁ । ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ବା ବରିଷ୍ଠ ରାଜସ୍ବ ସହାୟକ ହେମନ୍ତ କୁମାର ପେରେଇ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ୍ ।
ସୂଚନାଯୋଗ୍ୟ ଯେ, ଯାଜପୁର ଜିଲ୍ଲା କୋରେଇ ଥାନା ବରୁଣ୍ଡେଇ ଅଞ୍ଚଳର ଲକ୍ଷ୍ମୀଧର ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଲାଞ୍ଚ ମାଗିଥିଲେ କିରାଣୀ ଶ୍ରୀ ପେରେଇ। ବ୍ୟକ୍ତିଗତ ଜମିର ସୀମା ନିର୍ଦ୍ଧାରଣ ପାଇଁ ବାରମ୍ବାର ତହସିଲ କାର୍ଯ୍ୟାଳୟକୁ ଦୌଡ଼ି ଦୌଡ଼ି ନୟାନ୍ତ ହୋଇଥିଲେ ଲକ୍ଷ୍ମୀଧର । ତେବେ କାର୍ଯ୍ୟ କରାଇ ଦେବାକୁ କହି ବରିଷ୍ଠ ରାଜସ୍ବ ସହାୟକ ପେରେଇ ଲକ୍ଷ୍ମୀଧରଙ୍କୁ ୨୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏତେ ଟଙ୍କା ଦେଇପାରିବେ ନାହିଁ ବୋଲି ଯେତେ କାକୁତି ମିନତି କରିଥିଲେ ବି ସଂପୃକ୍ତ କିରାଣୀ କିଛି ଶୁଣିନଥିଲେ । ଶେଷରେ ସବୁ ପ୍ରକାର ନିରାଶ ହୋଇ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ ଲକ୍ଷ୍ମୀଧର । ପୂର୍ବ ଯୋଜନା ମୁତାବକ କାର୍ଯ୍ୟାଳୟରେ ପହଞ୍ଚି ସେ ୫ ହଜାର ଟଙ୍କା ଲାଞ୍ଚ ଦେଉଥିବା ବେଳେ ଭିଜିଲାନ୍ସ ଟିମ୍ର ଅଧିକାରୀ ଓ କର୍ମଚାରୀ ମାନେ ତାଙ୍କୁ ମାଡ଼ି ବସିଥିଲେ ।
You Can Read:
ଦୀର୍ଘ ୪୦ ଘଣ୍ଟା ପରେ ଦୁଇ ଯୁବକଙ୍କ ମୃତଦେହ ଉଦ୍ଧାର, କାହ୍ନାକୁଣ୍ଡରେ ଭାସିଯାଇ ନିଖୋଜ ଥିଲେ