ରାଜ୍ୟରେ ଆଉ ୭ କରୋନା ପଜିଟିଭ୍ ଚିହ୍ନଟ, ୧୧୮ରେ ପହଞ୍ଚିଲା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା

Published By : Prameya-News7 Bureau | April 28, 2020 IST

ଭୁବନେଶ୍ବର ୨୮।୦୪: ରାଜ୍ୟରେ ଥମିବାର ନାଁ ନେଉନି କରୋନା । ପୁଣି ଆଉ ୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ରେ ସୂଚନା ପ୍ରଦାନ କରାଯାଇଛି । ତେବେ ଚିହ୍ନଟ ହୋଇଥିବା ସମସ୍ତ ସଂକ୍ରମିତ କେଉଁ ଜିଲ୍ଲାର ତାହା ଜଣାପଡିନାହିଁ । ସଂପୃକ୍ତ ସଂକ୍ରମିତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ।

{"id":261199,"sizeSlug":"large"}

ସୋମବାର ଦିନ ରାଜ୍ୟରେ ୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ଗତକାଲି ଚିହ୍ନଟ ହୋଇଥିବା ସଂକ୍ରମିତମାନେ ଯଥାକ୍ରମେ ବାଲେଶ୍ୱର, କୋରାପୁଟ ଓ ଯାଜପୁର ବୋଲି ଜଣାପଡିଥିଲା । ସେହିପରି ରାଜ୍ୟ ପାଇଁ ଏବେ ଚିନ୍ତାର କାରଣ ପାଲଟିଛି ପଶ୍ଚମିବଙ୍ଗ ଫେରନ୍ତା । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୭ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି । ଅନ୍ୟ ପଟେ ଓଡିଶାରେ ବର୍ତ୍ତମାନ ସୁଦ୍ଧା କରୋନା ଭାଇରସରେ ଜଣଙ୍କର ମୃତ୍ୟୁ ହୋଇଛି । ଏବଂ ରାଜ୍ୟରେ ୮୦ଟି ଆକ୍ଟିଭ୍‌ କେସ୍‌ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.