ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ବଡ଼ ଘୋଷଣା, ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ନେଲେ ଦେବାକୁ ପଡ଼ିବନି ସୁଧ

Published By : Prameya-News7 Bureau | April 15, 2025 IST

ଭୁବନେଶ୍ୱର ୧୫।୪: ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟ ସରକାର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥାକୁ ଜାରି ରଖିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । 

ସୂଚନାଯୋଗ୍ୟ ଯେ, ଏହି ସୁଧ ମୁକ୍ତ ୠଣ ମୁକ୍ତ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ ପୂର୍ବରୁ ୩୧ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଜାରି ରଖିଥିଲେ । ମଙ୍ଗଳବାର ଏହାକୁ ୨୦୨୫-୨୬ ଆର୍ଥିକ ବର୍ଷ ଓ ପରବର୍ତ୍ତୀ ବର୍ଷ ଗୁଡିକ ପାଇଁ ଜାରି ରଖିବା ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ।

ଏହାଦ୍ୱାରା ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଗୁଡିକ ବିନା ସୁଧରେ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ୠଣ ନେଇପାରିବେ । ଏହି ପଦକ୍ଷେପ ରାଜ୍ୟରେ ମହିଳା ଉଦ୍ୟୋଗୀ ଓ ଲକ୍ଷପତି ଦିଦି ସୃଷ୍ଟି କରିବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ସହିତ ମହିଳା ଭାଗିଦାରୀ ଜରିଆରେ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଅର୍ଥନୀତି ସୁଦୃଢ ହେବ ବୋଲି ସେ କହିଛନ୍ତି ।

You Can Read:

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ପୋଡ଼ିବା ଘଟଣାକୁ ନିନ୍ଦା କଲା ବିଜେଡି, କହିଲା- ଏହା ଅକ୍ଷମଣୀୟ ଅପରାଧ, ତୁରନ୍ତ ଦୁର୍ବୃତ୍ତଙ୍କୁ ଗିରଫ କରାଯାଉ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.