ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର: କୋର୍ଟରେ ଜଜ୍‌ଙ୍କୁ ଛୁରାମାଡ ଉଦ୍ୟମ, କାବୁ କଲା ପୋଲିସ
  • ||
  • ଭୁବନେଶ୍ୱର: ICMRର ପରାମର୍ଶ, ସାମାନ୍ୟ ଜ୍ୱର ହେଲେ ଖାଅନି ଆଣ୍ଟିବାୟୋଟିକ୍
  • ||
  • ଶିକ୍ଷକ ନିଯୁକ୍ତି ପ୍ରସଙ୍ଗରେ ଗୃହରେ ହଙ୍ଗାମା, ଗୃହ ମୁଲତବୀ କଲେ ବାଚସ୍ପତି
  • ||
  • ପଦ୍ମପୁରରେ କେନ୍ଦ୍ରୀୟ ଟିମ୍‌ର ରେଡ୍, ୩ ବ୍ୟବସାୟୀଙ୍କ ଘରେ ଚଢାଉ
  • ||

ମା’ ବିମଳାଙ୍କ ପୀଠରେ ବୁଧବାରଠାରୁ ଷୋଡଶ ଦିନାତ୍ମକ ପୂଜା ଆରମ୍ଭ

29/09/2021 at 11:03 AM

ପୁରୀ ୨୯।୯: ଶ୍ରୀକ୍ଷେତ୍ରର ଅଧିଷ୍ଠାତ୍ରୀ ମା’ ବିମଳାଙ୍କ ପୀଠରେ ବୁଧବାରଠାରୁ ଆରମ୍ଭ ହେବ ଷୋଡଶ ଦିନାତ୍ମକ ପୂଜା। ଏହି ଅବସରରେ ଗଜପତିଙ୍କ ଶ୍ରୀନଅରରେ ଶ୍ରୋତ୍ରୀୟ ବ୍ରାହ୍ମଣଙ୍କୁ ବରଣ କରାଯିବ । ରାଜଗୁରୁ ପୁରୋହିତଙ୍କୁ ଗଜପତି ମହାରାଜାଙ୍କ ଶ୍ରୀହସ୍ତ ଛୁଆଁ ଗୁଆ ନଡିଆ ପ୍ରଦାନ କରିବେ। ଗଜପତିଙ୍କ ପ୍ରତିନିଧି ଭାବେ ରାଜଗୁରୁ ଏହି ଗୁଆ ନଡ଼ିଆ ବ୍ରାହ୍ମଣମାନଙ୍କୁ ଦେଇ ବରଣ କରିବେ । ମା’ ବିମଳାଙ୍କ ପୀଠ ନିମନ୍ତେ ପୂଜକ, ଜଣେ ପରିଚ୍ଛା, ଚଣ୍ଡୀପାଠ, ମନ୍ତ୍ରଯାପକ, ସହସ୍ରନାମ ପାଠକଙ୍କୁ ବରଣ କରାଯିବ। ଏଥିସହ ଶ୍ରୀମନ୍ଦିର ଭିତର ବେଢା ପରିସରରେ ମା’ ଭୁବନେଶ୍ବରୀ, ମା’ ବାଟମଙ୍ଗଳା ଓ ମା’ ଉତ୍ତରାୟଣୀ ପୀଠ ଲାଗି ପୂଜକ ଏବଂ ଚଣ୍ଡୀପାଠକ ବରଣ ହେବେ। ଶ୍ରୀକ୍ଷେତ୍ର ମଧ୍ୟରେ ଥିବା ବିଭିନ୍ନ ଶକ୍ତୀପୀଠ ଯଥା ଦକ୍ଷିଣକାଳୀ, ଆଲମଚଣ୍ଡୀ ଓ କପିଳେଶ୍ବର ଶାସନର ପଞ୍ଚମୁଖୀ ଠାକୁରାଣୀଙ୍କ ପୀଠରେ ଷୋଳପୂଜା ପାଇଁ ପୂଜକ, ଚଣ୍ଡୀପାଠକମାନଙ୍କୁ ମଧ୍ୟ ବୁଧବାର ବରଣ କରାଯିବାର ପରମ୍ପରା ରହିଛି। 

   Related Posts