suno sunao
Aao Nxt
suno sunao
AAo728x90 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

କରୋନା ସଂକ୍ରମଣ ରୋକିବାକୁ ପଦକ୍ଷେପ: ଆଜିଠାରୁ ୧ ଯାଏଁ ବଲାଙ୍ଗୀର ସହରରେ ସବୁ ଦୋକାନ ବଜାର ବନ୍ଦ

25/09/2020 at 8:19 AM

ବଲାଙ୍ଗୀର ୨୫।୦ବଲାଙ୍ଗୀରରେ କରୋନା ସଂକ୍ରମଣର ସ୍ଥିତିକୁ ଦେଖି ବିଭିନ୍ନ ସଙ୍ଗଠନ ପକ୍ଷରୁ ଭିନ୍ନ ପଦକ୍ଷେପ ନିଆଯାଉଛି । ନବ ଗଠିତ ବଲାଙ୍ଗିର କରୋନା ନିୟନ୍ତ୍ରଣ କମିଟି ପକ୍ଷରୁ ଦୋକାନ ବଜାର ଖୋଲିବା ନେଇ ଏକ ଜରୁରୀ ଘୋଷଣା କରାଯାଇଛି । ଘୋଷଣା ଅନୁସାରେ ବର୍ତ୍ତମାନ କରୋନା ମହାମାରୀ ଅତ୍ୟନ୍ତ ଭୟଙ୍କର ମହାମାରୀ ରୂପ ନେଇ ସାରିଛି । ବଲାଙ୍ଗୀର ସହରରେ ଏକାଧିକ ବହୁମୂଲ୍ୟ ଜୀବନ ନେଉଛି । ଆଗାମୀ ଦିନରେ ଅନ୍ୟମାନେ ମଧ୍ୟ କରୋନାର ଶିକାର ହେବାର ସ‌ମ୍ଭାବନାକୁ ଏଡାଇ ଦିଆଯାଇ ପାରିବନି ।

ବଲାଙ୍ଗୀର ସହରର ବଣିକ ସଂଘ, ପ୍ରମୁଖ ରାଜନୈତିକ ଦଳ, ବିଭିନ୍ନ ସାମାଜିକ ଅନୁଷ୍ଠାନ ତଥା ବୁଦ୍ଧିଜୀବୀମାନଙ୍କୁ ନେଇ ଏକ କରୋନା ନିୟନ୍ତ୍ରଣ କମିଟି ଗଠନ କରାଯାଇଛି । ଏହି କମିଟିର ନିଷ୍ପତ୍ତି କ୍ରମେ ୨୫ ତାରିଖ ଅର୍ଥାତ ଆଜିଠାରୁ ଆସନ୍ତା ୧ ଅକ୍ଟୋବର ପର୍ଯ୍ୟନ୍ତ ସମସ୍ତ ଦୋକାନ ବଜାର ବନ୍ଦ ରଖିବାକୁ ଅନୁରୋଧ କରାଯାଇଛି । କିନ୍ତୁ ଏଥିରୁ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଯଥା- ଔଷଧ, କିରାନା, ଦୁଗ୍ଧ ଓ ଦୁଗ୍ଧଜାତୀୟ ଦ୍ରବ୍ୟ, ଫଳ, ପନିପରିବା, ସାର, ବିହନ, ମାଛ, ମାଂସ, ଅଣ୍ଡା, ଚା ଓ ପାନଦୋକାନ ଦୋକାନଗୁଡିକ ସକାଳ ୬ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଖୋଲା ରହିବ ବୋଲି କୁହାଯାଇଛି ।

ଏଥି ସହିତ ହୋଟେଲ ଗୁଡିକ ସକାଳ ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ପାର୍ସଲ ଦେଇ ପାରିବେ ବୋଲି ସୂଚନା ଦିଆଯାଇଛି । ତେଣୁ ସମସ୍ତ ବଲାଙ୍ଗୀରବାସୀଙ୍କୁ ଏହି ମହାମାରୀ ପରିସ୍ଥିତିରେ ସମସ୍ତେ ଏକ ହୋଇ କରୋନା ମୁକ୍ତ ଅଭିଯାନରେ ସାମିଲ ହେବାକୁ ଅନୁରୋଧ କରାଯାଇଛି ।

   Related Posts