ବାରିପଦା ୨୪।୪: ଶିମିଳିପାଳକୁ ମିଳିଲା ଜାତୀୟ ଉଦ୍ୟାନର ମାନ୍ୟତା । ଏହା ରାଜ୍ୟର ଦ୍ବିତୀୟ ଜାତୀୟ ଉଦ୍ୟାନ ହୋଇଥିବା ବେଳେ ଦେଶର ୧୦୭ତମ ସ୍ଥାନରେ ରହିଛି । ୨୭୫୦ ବର୍ଗ କିଲୋମିଟର ଅଞ୍ଚଳ ମଧ୍ୟରୁ ମାତ୍ର ୮୪୫.୭୦ ବର୍ଗ କିଲୋମିଟର ଅଞ୍ଚଳକୁ ଜାତୀୟ ଉଦ୍ୟାନ ଭାବରେ ଘୋଷଣା କରାଗଲା । ଏହା ଶିମିଳିପାଳର ପଳପଳା ନଦୀର ଉତ୍ତର ଅବବାହିକାରୁ ଆରମ୍ଭ ହୋଇ ଦକ୍ଷିଣକୁ କାଲିପାହାଡ ପାହାଡ଼ ପର୍ଯ୍ୟନ୍ତ, ଉତ୍ତରପୂର୍ବ ସୀମା ସୀତକୁଣ୍ଡ ଠାରୁ ସୁନପୋଖରୀ ପାହାଡ଼ ଯାଏଁ ପରିବ୍ୟାପ୍ତ ରହିବ ।
ସେହିପରି ଦକ୍ଷିଣ ପଶ୍ଚିମ ସୀମା ଭାବରେ ଗୁରୁସଦର ପାହାଡ଼ ଠାରୁ ମୁରାରୀ ପର୍ବତ ଯାଏଁ ଚିହ୍ନିତ ହୋଇଛି । ସେହିଠାରୁ ପୁଣି ପଶ୍ଚିମକୁ ବେଲପାଣି ନାଳ ଠାରୁ ଧୁଣ୍ଡୁବସା ଜଳପ୍ରପାତ ପର୍ଯ୍ୟନ୍ତ ରହିଛି । ସେହିପରି ଜାତୀୟ ଉଦ୍ୟାନର ପରିସୀମା ଭିତରେ ସଂଜନାଳ, ଦଲକି ନଦୀ, ଦେବକୁଣ୍ଡ, ବୁଢ଼ାବୁଢ଼ୀ ପାହାଡ଼ର ଅଞ୍ଚଳ ଦେଇ ଦକ୍ଷିଣପୂର୍ବ ସୀମା ରହିଛି । ଦକ୍ଷିଣକୁ ଟାଙ୍ଗି ପାହାଡ଼, ବନିଆପଡ଼ା ନଦୀ ଦେଇ ପଶ୍ଚିମକୁ ମଙ୍କଡିଆ ପାହାଡ଼ ଦେଇ ନଛିପୁର ଓ ଭଞ୍ଜବସା ସହିତ ସଂଯୋଗ ହୋଇଛି ।
You Can Read:
ନାବାଳିକା ଅପହରଣ ଓ ଦୁଷ୍କର୍ମ ମାମଲା : ଅଭିଯୁକ୍ତକୁ ୨୦ବର୍ଷ କାରାଦଣ୍ଡ ସହ ୫୭ ହଜାର ଟଙ୍କା ଜରିମାନା