ନବଜାତ ଶିଶୁ ମାରି ଜଙ୍ଗଲରେ ପୋତିଦେଲେ, ପୋଲିସ ଖୋଜୁଛି କାରଣ...

Published By : Prameya-News7 Bureau | July 14, 2022 IST

ମାଲକାନଗିରି ୧୪।୦୭ : ନବଜାତ ଶିଶୁକୁ ହତ୍ୟା ଅଭିଯୋଗ । ମାଲକାନଗିରି ଜିଲ୍ଲା ଏମ୍‌ପିଭି-୮୩ ଗାଁରୁ ଏଭଳି ଘଟଣା ସାମ୍ନାକୁ ଆସିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ମାଲକାନଗିରି ମୋଟୁ ଥାନା ଏମପିଭି ୮୩ ଗାଁର ବିନୋଦ ପାଇକ ଓ ଶ୍ୟାମଳା ପାଇକଙ୍କର ଜୁଲାଇ ୨ରେ ଏକ ଶିଶୁ ପୁତ୍ର ଜନ୍ମ ହୋଇଥିଲା । ତେବେ ଶିଶୁଟିକୁ ହତ୍ୟା କରାଯିବା ସହ ମୃତଦେହକୁ ପାଖ ଜଙ୍ଗଲରେ ପୋତି ଦେଇଥିବା କିଛି ଲୋକେ ସୂଚନା ପାଇଥିଲେ । ଏନେଇ ମୋଟୁ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା । ପୋତା ଯାଇଥିବା ଶିଶୁର ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି l ତେବେ କେଉଁ କାରଣରୁ ଏଭଳି ଘଟଣା ଘଟିଛି ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନଥିଲା ବେଳେ ତଦନ୍ତ ପରେ ସମ୍ପୂର୍ଣ୍ଣ ତଥ୍ୟ ଜଣାପଡିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.