ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟା ବାହାରିଲେ ୬ ଜଣ କୋଭିଡ ପଜିଟିଭ

Published By : Prameya-News7 Bureau | May 30, 2022 IST

ଭୁବନେଶ୍ଵର ୩୦।୦୫ : ରାଜ୍ୟରେ ତଳକୁ ଖସିଲା କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।  ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୩୭ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨ ଜଣ, କଟକ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୪ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୧୮୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୭୩୫୦୪୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.