ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଡବିଲ: ପୁରୁଣା ବସ୍‌ଷ୍ଟାଣ୍ଡରେ ଯୁବକକୁ ଛୁରାମାଡ଼, ଅତର୍କିତ ଆକ୍ରମଣରେ ଆକବର ଗୁରୁତର
  • ||
  • ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଆରକିଟେକ୍ଟ, ଆର୍ଥିକ କାରବାର ନେଇ ହୋଇପାରେ ଜେରା
  • ||

ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ

30/09/2021 at 10:16 AM

ଭୁବନେଶ୍ୱର ୨୯।୦୯ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୬୦୨ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୯୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୫୮୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୨୧୧୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୯୦୦୫୩୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts