ବସ୍‌-ଟ୍ରକ ମୁହାଁମୁହିଁ ଧକ୍କା : ୬ ମୃତ, ୧୫ ଗୁରୁତର

Published By : Prameya-News7 Bureau | October 18, 2022 IST

ଭଦୋଦରା ୧୮।୧୦: ଗୁଜରାଟ ଭଦୋଦରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଜାତୀୟ ରାଜପଥ କପୁରାଇ ବ୍ରିଜ ନିକଟରେ ବସ- ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି । ଏହି ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ମୃତାହତଙ୍କୁ ଭଦୋଦରା ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ଦ୍ରୁତ ଗତିରେ ଆସୁଥିବା ଟ୍ରକ ଏକ ଯାତ୍ରୀବାହୀ ବସକୁ ଧକ୍କା ଦେଇଥିଲା । ଏତେ ଜୋରରେ ଧକ୍କା ଦେଇଥିଲା ଯେ ବସର ଡାହାଣ ପଟ ଭାଙ୍ଗି ଚୁରମାର ହୋଇଯାଇଛି । ତେବେ ଏହି ଦୁର୍ଘଟଣା ବସ ଡ୍ରାଇଭରଙ୍କ ସମେତ ୬ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଅଧିକ ଗୁରୁତର ହୋଇଛନ୍ତି ।

ସେପଟେ ଦୁର୍ଘଟଣା ସଂପର୍କରେ ସୂଚନା ପାଇ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ । ସମସ୍ତ ମୃତାହତଙ୍କୁ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଏବେ ସୁଦ୍ଧା ମୃତକଙ୍କ ପରିଚୟ ହସ୍ତଗତ ହୋଇନାହିଁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.