କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଂରେ ସ୍ଥାନ ପାଇଲା ସୋଆ

Published By : Prameya-News7 Bureau | June 08, 2024 IST

ଭୁବନେଶ୍ୱର: ସମ୍ମାନଜନକ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଂରେ ଓଡ଼ିଶାର ଏକ ମାତ୍ର ବେସରକାରୀ ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ହାସଲ କରିଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) । ଦେଶର ୪୬ଟି ଉଚ୍ଚ ଶିକ୍ଷାନୁଷ୍ଠାନକୁ ନେଇ ପ୍ରସ୍ତୁତ ଏହି ବିଶ୍ୱ ରାଙ୍କିଂରେ ସ୍ଥାନ ପାଇଛି ସୋଆ ।

ଏହି ରାଙ୍କିଂରେ ୧୨୦୧ ରୁ ୧୪୦୦ ବ୍ରାକେଟରେ ସୋଆ ରହିଥିବା ବେଳେ ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି, ଭୁବନେଶ୍ୱର ଓଡ଼ିଶାର ଅନ୍ୟତମ ଶିକ୍ଷାନୁଷ୍ଠାନ ଭାବେ ଏହି ରାଙ୍କିଂରେ ସ୍ଥାନ ପାଇଛି । ଓଡ଼ିଶାର କେବଳ ଦୁଇଟି ଶିକ୍ଷାନୁଷ୍ଠାନ ଏଥିରେ ସ୍ଥାନ ପାଇଛନ୍ତି । 

ଶୈକ୍ଷିକ ଖ୍ୟାତି, ନିଯୁକ୍ତିଦାତାଙ୍କ ଖ୍ୟାତି, ଫ୍ୟାକଲ୍ଟିଙ୍କର ସନ୍ଦର୍ଭ, ଫ୍ୟାକଲ୍ଟି ଛାତ୍ର ଅନୁପାତ, ଆନ୍ତର୍ଜାତିକ ଫ୍ୟାକଲ୍ଟି ଏବଂ ଆନ୍ତର୍ଜାତିକ ଛାତ୍ରଛାତ୍ରୀ ସଂଖ୍ୟା ଇତ୍ୟାଦି ବିଭିନ୍ନ ମାପଦଣ୍ଡକୁ ନେଇ ଶିକ୍ଷାନୁଷ୍ଠାନଗୁଡ଼ିକୁ ଏହି ରାଙ୍କିଂରେ ପ୍ରଦାନ କରାଯାଇଛି ।

ଓଡ଼ିଶାରେ ବୃତିଗତ ଶିକ୍ଷା କ୍ଷେତ୍ରରେ ଶୀର୍ଷ ସ୍ଥାନରେ ରହିଥିବା ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍ ରାଙ୍କିଂରେ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ୨୦୨୩ ରେ ଦେଶରେ ୧୫ ତମ ସ୍ଥାନ ହାସଲ କରିଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.