Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶିମିଳିପାଳ ଉପରମୁଣ୍ଡରେ ପ୍ରବଳ ବର୍ଷା, ଖୋଲିଲା କାଳ ଡ୍ୟାମ୍ ଗେଟ୍
  • ||
  • ପାଣି ଘେରରେ ଚାନ୍ଦବାଲି ବ୍ଲକର ୨୦ ଗାଁ, ଦୁର୍ବଳ ନଦୀବନ୍ଧ ପାଇଁ ଚିନ୍ତାରେ ଲୋକେ
  • ||
  • ଦେଶରେ ଉପର ତଳ କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୧୪୦୯୨ କରୋନା ପଜିଟିଭ୍
  • ||
  • ଆଉ ନାହାନ୍ତି ବିଶିଷ୍ଠ ଶିଳ୍ପପତି ତଥା ଭାରତର ୱାରେନ୍ ବଫେଟ୍‌ ରାକେଶ ଝୁନଝୁନୱାଲା: ୬୨ ବର୍ଷ ବୟସରେ ମୁମ୍ବାଇରେ ପରଲୋକ
  • ||
  • ମହାନଦୀ ଫୁଲୁଛି : ବୌଦ୍ଧରେ ବନ୍ୟା ସ୍ଥିତି, ହରଭଙ୍ଗା ବ୍ଲକ୍‌ର ୫୫ ଗାଁ ପ୍ରଭାବିତ
  • ||
  • କୁଲଗାମରେ ଆତଙ୍କବାଦୀଙ୍କ ଗ୍ରେନେଡ୍ ମାଡ, ଜଣେ ପୋଲିସ କର୍ମୀ ସହିଦ
  • ||
  • ଏସିଆ କପ୍ ପାଇଁ କୋହଲି ପ୍ରସ୍ତୁତ : ଇନଡୋର୍ ଷ୍ଟାଡିୟମରେ କଲେ ଜୋରଦାର ଅଭ୍ୟାସ
  • ||

ସୋଆ ଫଟୋଗ୍ରାଫି କ୍ଲବ୍ ପକ୍ଷରୁ କର୍ମଶାଳା ଆୟୋଜନ, ଫଟୋଗ୍ରାଫିର ଗୁରୁତ୍ୱ ଉପଲବ୍ଧି କଲେ ଛାତ୍ରଛାତ୍ରୀ

5/07/2022 at 5:46 PM

ଭୁବନେଶ୍ୱର, ୫/୦୭: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଫଟୋଗ୍ରାଫି କ୍ଲବ୍ ପକ୍ଷରୁ ସୋମବାର ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ସୋଅ। ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ପରିସରରେ ଏହି କର୍ମଶାଳାର ଆୟୋଜନ କରାଯାଇଥିବା ବେଳେ ନିକନ୍ ଇଣ୍ଡିଆ ପକ୍ଷରୁ ଏହାର ପରିଚାଳନା କରାଯାଇଥିଲା । ନିକନ୍ ଇଣ୍ଡିଆ ମେଂଟର୍ ଶ୍ରୀ ଆଶୁତୋଷ ସାହୁ, ଶ୍ରୀ ଦେବାଂଶୁ ପଟ୍ଟନାୟକ ଏବଂ ଶ୍ରୀ ଦେବେଶ କୁମାର
ମାଝି କର୍ମଶାଳାରେ ଅତିଥି ବକ୍ତା ଭାବେ ଯୋଗ ଦେଇଥିଲେ । ଏହି କର୍ମଶାଳାରେ ଛାତ୍ରଛାତ୍ରୀମାନେ ବାହାଘର ଏବଂ ପୋଟ୍ରେଟ୍ ଫଟୋଗ୍ରାଫ ସମ୍ପର୍କରେ ବିଭିନ୍ନ ଜ୍ଞାନ ଆହରଣ କରିଥିଲେ । ଏଥି ସହିତ କ୍ୟାମେରା ଗିୟର୍ସ ସମ୍ପର୍କରେ ମଧ୍ୟ ଶିଖିଥିଲେ ।

ଛାତ୍ରଛାତ୍ରୀମାନେ କେବଳ ଫଟୋଗ୍ରାଫିର ପ୍ରକ୍ରିୟା ନୁହେଁ ବରଂ ଫଟୋ ଉଠାଇବା ପଛରେ ଥିବା ଆବେଗକୁ ମଧ୍ୟ ଶିଖିବାକୁ ଚେଷ୍ଟା କରିଥିଲେ ଓ ଫଟୋଗ୍ରାଫିର ଗୁରୁତ୍ୱ ଉପଲବ୍ଧି କରିଥିଲେ । କର୍ମଶାଳାରେ ସୋଆ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, କମ୍ପ୍ୟୁଟର ସାଇନ୍ସ ବିଭାଗର ମୁଖ୍ୟ ପ୍ରଫେସର ଦେବାହୁତି ମିଶ୍ର, ଆସିଷ୍ଟାଂଟ ପ୍ରଫେସର ଡକ୍ଟର ସତୀଶ ସାମଲ୍ ଏବଂ ଆସିଷ୍ଟାଂଟ ପ୍ରଫେସର ଡକ୍ଟର ଜଗସିର ସିଂହ ପ୍ରମୁଖ ଉପସ୍ଥିତ ଥିଲେ ।

   Related Posts