ଅଭିଜିତ ମଜୁମ୍‌ଦାରଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଟ୍ୱିଟ୍‌, ତାଙ୍କର ବିୟୋଗ ଆମ ପାଇଁ ବଡ଼ କ୍ଷତି

NEWS7
social-media-platform-x-goes-down-millions-of-users-report-it

ଭୁବନେଶ୍ୱର ୨୫।୦୧ : ପରଲୋକରେ ଅଭିଜିତ ମଜୁମ୍‌ଦାର । ଓଲିଉଡ୍‌ର ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି । ଭୁବନେଶ୍ୱର ଏମ୍ସରେ ଦାଦାଙ୍କ ଦେହାନ୍ତ ହୋଇଛି । ତେବେ ଦାଦାଙ୍କ ଦେହାନ୍ତ ଖବର ଶୁଣି ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ୍ ମିଡିଆରେ ଲେଖିଛନ୍ତି ଯେ, ବିଶିଷ୍ଟ କଣ୍ଠଶିଳ୍ପୀ ଓ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ବିୟୋଗ ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ । ତାଙ୍କର ବିୟୋଗ ଆମ ସଙ୍ଗୀତ, ସିନେମା ଓ ସଂସ୍କୃତି ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।