LIVE TV

ଆଜି ଅବପାତର ରୂପ ନେବ ବଙ୍ଗୋପସାଗରରେ ଲଘୁଚାପ, ସମୁଦ୍ରରେ ଦୁର୍ବଳ ହୋଇଯିବ

NEWS7
south-africa-announce-one-day-team-for-india-tour

ଭୁବନେଶ୍ୱର, ୨୫/୧୧: ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା । ୨୭ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଅବପାତ ହେବ । ପରେ ଏହା ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତି କରି ୨୭ ତାରିଖରେ ଦକ୍ଷିଣ ବଙ୍ଗୋପସାଗର ଉପରେ ବାତ୍ୟା ରୂପ ନେବ । ଏହା ଉତ୍ତର- ପୂର୍ବ ଦିଗରେ ଗତି କରି ବାଂଲାଦେଶ ଆଡ଼କୁ ଯିବ । ସମୁଦ୍ର ଭିତରେ ବାତ୍ୟା ସୃଷ୍ଟି ହୋଇ ସମୁଦ୍ର ଭିତରେ ହିଁ ଦୁର୍ବଳ ହୋଇଯିବ । ୨ ବା ୩ ତାରିଖରେ ବାଂଲାଦେଶରେ ପହଞ୍ଚିବା ବେଳକୁ ଏହା ସମ୍ପୂର୍ଣ୍ଣ ଦୁର୍ବଳ ହୋଇ ସାରିଥିବ ।

ବିଭିନ୍ନ ପାଣିପାଗ ମଡେଲ ଏଭଳି ପୂର୍ବାନୁମାନ ଦେଖାଉଛନ୍ତି । ଆଇଏମ୍ଡି ଆକଳନ ଅନୁସାରେ, ୨୭ ତାରିଖରେ ଦକ୍ଷିଣ ବଙ୍ଗୋପସାଗର ଓ ଦକ୍ଷିଣ ଆଣ୍ଡାମାନସାଗର ଉପରେ ବାତ୍ୟା ସୃଷ୍ଟି ହେବ । ୨୮ ତାରିଖ ଯାଏ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ(ଆଇଏମ୍ଡି) ଆକଳନ କରିଛି । କିନ୍ତୁ ଓଡ଼ିଶାକୁ କୌଣସି ବର୍ଷା ସତର୍କତା ଦିଆଯାଇନି । ସମ୍ଭାବ୍ୟ ବାତ୍ୟା ଓଡ଼ିଶା ଉପରେ କୌଣସି ପ୍ରଭାବ ପକାଇବନି ବୋଲି ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି ।

କମୋରିନ୍ ବା କନ୍ୟାକୁମାରୀ ଉପରେ ସୋମବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ମଙ୍ଗଳବାର କମୋରିନ୍, ସଂଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପରେ ଲଘୁଚାପ ସୃଷ୍ଟି ହେବ ।ଏହା ଅଧିକ ଘନୀଭୂତ ହୋଇପାରେ ବୋଲି ଆଇଏମ୍ଡି ପୂର୍ବାନୁମାନ କରିଛି । ଜିଏଫଏସ୍ ମଡେଲ ଅନୁସାରେ, ମଲାକ୍କା ଉପରେ ଥିବା ସ୍ପଷ୍ଟଚିହ୍ନିତ ଲଘୁଚାପ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ମଙ୍ଗଳବାରରେ ଅବପାତରେ ପରିଣତ ହେବ ।

ଅବପାତ ସୃଷ୍ଟି ପରେ ଏହା ଉତ୍ତର ପଶ୍ଚିମ ଦିଗକୁ ମୁହାଁଇବ । ପରେ ଏହା ଉତ୍ତର ପୂର୍ବ ଦିଗକୁ ମୁହାଁଇ ୨ ବା ୩ ତାରିଖ ବେଳକୁ ଦକ୍ଷିଣ ବାଂଲାଦେଶ ଉପକୂଳରେ ପହଞ୍ଚିବ । ସେତେବେଳକୁ ବାତ୍ୟା ଦୁର୍ବଳ ହୋଇ ସାରିଥିବ । ଇସିଏମ୍ଡବ୍ଲ୍ୟୁଏଫ୍ ମଡେଲ କହୁଛି, ୨୫ ତାରିଖରେ ଅବପାତ ହେବା ପରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ପହଞ୍ଚିବ ।

୨୯ ତାରିଖ ସୁଦ୍ଧା ଏହା କ୍ରମଶଃ ଦୁର୍ବଳ ହୋଇ ସାରିଥିବ । ସେହିଭଳି କମୋରିନ୍ ଉପରେସୃଷ୍ଟି ହେବାକୁ ଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ଆସନ୍ତା ୧ ତାରିଖ ବେଳକୁ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିପାରେ । ଏହା ବି ସମୁଦ୍ର ଭିତରେ ଦୁର୍ବଳହୋଇଯିବ ବୋଲି ବିଭିନ୍ନ ମଡେଲ ଆକଳନ କରିଛନ୍ତି ।