ଭୁବନେଶ୍ବର ୨୨।୬: ବିଜେଡି ପରେ କଂଗ୍ରେସ ବିଧାୟକ ମାନଙ୍କ ସଦସ୍ୟ ପଦ ରଦ୍ଦ ଆବେଦନ ଖାରଜ ହୋଇଛି । ଆବେଦନ ଖାରଜ କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ରାଜ୍ୟସଭାରେ କ୍ରସ୍ ଭୋଟିଂ ପାଇଁ ୩ ବିଧାୟକଙ୍କ ସଦସ୍ୟତା ରଦ୍ଦ ପାଇଁ ବାଚସ୍ପତିଙ୍କ ନିକଟରେ ଆବେଦନ କରିଥିଲା କଂଗ୍ରେସ । ସୋଫିଆ ଫିର୍ଦ୍ଦୋସ, ରମେଶ ଜେନା, ଦଶରଥୀ ଗମାଙ୍ଗଙ୍କ ସଦସ୍ୟତା ରଦ୍ଦ ପାଇଁ ଆବେଦନ କରିଥିଲା । ବିଜେଡି ସହ କଂଗ୍ରେସର ଆବେଦନକୁ ମଧ୍ୟ ଖାରଜ କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ ।

ପୂର୍ବରୁବିଜେଡିର ଅଯୋଗ୍ୟତା ଆବେଦନକୁ ଖାରଜ କରିଥିଲେ ବାଚସ୍ପତି । ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ହୋଇଥିବା ରାଜ୍ୟସଭା ନିର୍ବାଚନ ସମୟରେ ବିଜେଡି ୮ ବିଧାୟକଙ୍କ ବିରୋଧରେ କ୍ରସ୍ ଭୋଟିଂ ଅଭିଯୋଗ ଆଣିଥିଲା । ସୁବାଷିନୀ ଜେନା, ଅରବିନ୍ଦ ମହାପାତ୍ର, ଚନ୍ଦ୍ରମଣି କହଁର, ସନା ମହାକୁଡ଼, ନବ କିଶୋର ମଲ୍ଲିକ, ରମାକାନ୍ତ ଭୋଇ, ଦେବୀ ରଞ୍ଜନ ତ୍ରିପାଠୀ ଓ ସୌଭିକ ବିଶ୍ଵାଳ କ୍ରସ୍ ଭୋଟିଂ କରିଥିଲେ ।