ସଂରକ୍ଷଣ ତାଲିକା ମିଳିବା ପରେ ପ୍ରସ୍ତୁତ ହେବ ଭୋଟର ତାଲିକା, ତାପରେ ଆରମ୍ଭ ହେବ ନିର୍ବାଚନ ପ୍ରକ୍ରିୟା

Published By : Prameya-News7 Bureau | October 08, 2021 IST

ଭୁବନେଶ୍ବର ୮।୧୦: ସଂରକ୍ଷଣ ତାଲିକା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ର ନାଥ ସାହୁ । ସେ କହିଛନ୍ତି, ଆସନ୍ତା ୨୬ ତାରିଖ ସୁଦ୍ଧା ୱାର୍ଡ ମେମ୍ବର, ସମିତି ସଭ୍ୟ, ସରପଞ୍ଚଙ୍କ ସଂରକ୍ଷଣ ତାଲିକା ଚୂଡାନ୍ତ କରି ରାଜ୍ୟ ସରକାର ନିର୍ବାଚନ କମିଶନଙ୍କୁ ଦେବେ। ୩୦ ତାରିଖ ଭିତରେ ଜିଲ୍ଲା ପରିଷଦ ସଭ୍ୟ ଓ ଅଧ୍ୟକ୍ଷ ସଂରକ୍ଷଣ ତାଲିକା ଦେବେ । ଏହାପରେ ନିର୍ବାଚନ କମିଶନ ଭୋଟର ତାଲିକା ପ୍ରସ୍ତୁତ କରିବେ। ଭୋଟର ଲିଷ୍ଟ ପ୍ରସ୍ତୁତ ପାଇଁ ମାସେ ଦେଢ଼ମାସ ସମୟ ଲାଗିବ। ତାପରେ ନିର୍ବାଚନ ପ୍ରକ୍ରିୟାକୁ ଯିବୁ ବୋଲି ନିର୍ବାଚନ କମିଶନଙ୍କ ସଚିବ ସୂଚନା ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.